ମୁଖ୍ୟ ଖବର
ଭୁବନେଶ୍ୱର : ୧୯୨୧ ମସିହା ଜୁଲାଇ ୧୬ରେ ସୁଭାଷ ବୋଷ କେମ୍ବ୍ରିଜ ପରିତ୍ୟାଗକରି ବମ୍ବେ ଆସିଥିଲେ । ସେ ଯେଉଁ ଜାହାଜରେ ଆସୁଥିଲେ ସେ ଜାହାଜରେ ରବିନ୍ଦ୍ରନାଥ ଟାଗୋର ମଧ୍ୟ ଭାରତ ଆସୁଥିଲେ । ତାଙ୍କ ସହ ଅଲୋଚନା କରି ସେ ଜାଣିଥିଲେ ଯେ ନିଜେ ରବିନ୍ଦ୍ରନାଥ ଗାନ୍ଧିଜୀଙ୍କର ଆନ୍ଦୋଳନ ପ୍ରତ୍ୟାହାର ନୀତିକୁ ସମର୍ଥନ କରୁଥିଲେ । ସୁବାଷ ବମ୍ବେରୁ ଓହ୍ଲାଇ ମହାତ୍ମାଗାନ୍ଧୀଙ୍କୁ ସାକ୍ଷାତ କରିବାକୁ ଯାଇଥିଲେ ।
ସେତେବେଳେ ଗାନ୍ଧିଜୀ ଥିଲେ ବାସ୍ତବରେ କଂଗେସର ଅପ୍ରତିଦ୍ୱନ୍ଦୀ ଓ କର୍ଣ୍ଣଧାର ମାତ୍ର ୧୯୧୪ ମସିହାରେ ଭାରତକୁ ଫେରି ଆସିବା ସମୟରେ ଦକ୍ଷିଣ ଆଫ୍ରିକାରେ ପାର୍ଲିଆମେ ବିରୁଦ୍ଧରେ ଭାରତୀୟମାନଙ୍କ ଅଧୀକାରର ସୁରକ୍ଷା ଆଣିବା ନିମନ୍ତେ ସତ୍ୟାଗ୍ରହଦ୍ୱାରା ସଫଳ ହୋଇଥିଲେ । ସେତେବେଳେ ଗାନ୍ଧିଜୀ ବମ୍ବେର ମଣିଭବନରେ ବସ କରିଥିଲେ । ସେଠାରେ ସେ ସ୍ୱାଧୀନତା ସଂଗ୍ରାମର ପରିକଳ୍ପନା କଣ ଏବଂ ରୂପାୟନ ସଂପର୍କରେ ସ୍ପଷ୍ଟ ଧାରଣ କଣ ତାହା ଜାଣିବାକୁ ପାଇଲେ ।
ନେତାଜୀ ଗାନ୍ଧିଜୀଙ୍କୁ ପଚାରିଥିଲେ ଯେ, କାହିଁକି ବିଦେଶୀ ଅମଲାତନ୍ତ୍ରମାନଙ୍କଠାରୁ କ୍ଷମତା ଛଡାଇନେବାକୁ ଚାହୁଁଛନ୍ତି? ଏବଂ ସୁଭାଷଙ୍କର ଆଉଗୋଟିଏ ପ୍ରଶ୍ନ ଥିଲା ଗୋଟିଏ ବର୍ଷ ମଧ୍ୟରେ କେଉଁ ପ୍ରକାର ଉପାୟକୁ ଅବଲମ୍ବନ କରି ଭାରତ ସ୍ୱାଧୀନତା ପାଇବ ? ଗାନ୍ଧିଜୀ ସ୍ପଷ୍ଟ ଭାବରେ ଉତ୍ତର ଦେଇଥିଲେ ଏହା ଅସମ୍ଭବ । ସେଠାରେ ସେ ଅନେକ ପ୍ରଶ୍ନ ପଚାରିଥିଲେ ମଧ୍ୟ ତାହର ସନ୍ତୋଷ ଜନକ ଉତ୍ତର ପାଇ ପାରିନଥିଲେ । ଗାନ୍ଧିଜୀ କହିଥିଲେ ତୁମେ ଚିତ୍ତରଞ୍ଜନଙ୍କୁ ସାକ୍ଷତ କରି ତାଙ୍କ ପରାମର୍ଶ ଅନୁସାରେ କାର୍ୟ୍ୟ କର । ଏହ ପରେ ସେ କଲିକତାର ରସାରୋଡ଼ରେ ଯାଇ ଚିତ୍ତରଞ୍ଜନଙ୍କ ବାସଗୃହରେ ସାକ୍ଷାତ କଲେ ।
ଏହା ଥିଲା ତାଙ୍କର ଚିତ୍ତରଞ୍ଜନଙ୍କ ସହ ପ୍ରଥମ ସାକ୍ଷାତ । ଏହା ପରେ ଉଭୟଙ୍କ ବିରାଟ ଓ ମହତ ତ୍ୟାଗ ନିଷ୍ପତ୍ତିର ମିଶ୍ରଣଦ୍ୱାରା ସ୍ୱାଧୀନତା ସଂଗ୍ରାମର ରାଜନୈତିକ ଇତିହାସ ମଧ୍ୟମ ଏକ ନୂତନ ଅଧ୍ୟାୟ ସୃଷ୍ଟି କରିପାରିଥିଲା ।
Comments ସମସ୍ତ ମତାମତ