Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ଦେଶ ବିଦେଶ

ମୁଖ୍ୟ ଖବର

    ଆଜି ଶପଥ ନେବେ ମୁଖ୍ୟମନ୍ତ୍ରୀ ମାଣିକ ସାହା

    Share on :
    ajab-Image
    Date: May 15, 2022    Views: 3437

    ଅଗରତାଲା: ତ୍ରିପୁରାର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଆଜି ଶପଥ ନେବେ ମାଣିକ ସାହା। ଏଥିସହ ମନ୍ତ୍ରୀ ପରିଷଦର ଶପଥ ଗ୍ରହଣ ସମାରୋହ ପୂର୍ବାହ୍ନ ୧୧:୩୦ ସମୟରେ ଅଗରତାଲା ରାଜ ଭବନରେ ଅନୁଷ୍ଠିତ ହେବ । ତ୍ରିପୁରାର ଏକାଦଶତମ ମୁଖ୍ୟମନ୍ତ୍ରୀ ଭାବେ ମାଣିକ ଦାୟିତ୍ବ ଗ୍ରହଣ କରିବାକୁ ଯାଉଛନ୍ତି । ସେ ବର୍ତ୍ତମାନ ରାଜ୍ୟସଭାର ସାଂସଦ ରହିଛନ୍ତି ।

    ପେଷାରେ ଜଣେ ଦନ୍ତ ଚିକିତ୍ସକ ଥିବା ମାଣିକ ସାହା ଆସନ୍ତାବର୍ଷ ପର୍ୟ୍ୟନ୍ତ ମୁଖ୍ୟମନ୍ତ୍ରୀ ଗାଦି ସମ୍ଭାଳିବେ ବୋଲି ଅନୁମାନ କରାଯାଉଛି । କାରଣ ଆସନ୍ତା ବର୍ଷ ଏହି ନର୍ଥଇଷ୍ଟ ରାଜ୍ୟରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି । ତୃଣମୂଳ କଂଗ୍ରେସ ଏହି ରାଜ୍ୟରେ ନିଜର ଶକ୍ତିବୃଦ୍ଧି କରୁଥିବାରୁ ଡକ୍ଟର ସାହାଙ୍କ ନେତୃତ୍ବରେ ଦଳ ଏଠାରେ ପୁଣି ବିଧାନସଭା ନିର୍ବାଚନ ଜିତିବାକୁ ଗୋଟିଚାଳନା କରିଥିବା ଚର୍ଚ୍ଚା ହେଉଛି । ତ୍ରିପୁରା ମୁଖ୍ୟମନ୍ତ୍ରୀ ପଦରୁ ବିପ୍ଳବ ଦେବ ଇସ୍ତଫା ଦେବାର କିଛି ଘଣ୍ଟା ପରେ BJP ବିଧାୟକ ଦଳ ନୂଆ ମୁଖ୍ୟମନ୍ତ୍ରୀ ଭାବେ ମାଣିକ ସାହାଙ୍କ ନାଁରେ ମୋହର ମାରିଥିଲା ।୨୦୧୬ରେ ମାଣିକ ସାହା କଂଗ୍ରେସ ଛାଡି ବିଜେପିରେ ଯୋଗ ଦେଇଥିଲେ । ୨୦୨୦ରେ ତାଙ୍କୁ ତ୍ରିପୁରା ବିଜେପି ପ୍ରାଦେଶିକ ମୁଖ୍ୟ ଭାବେ ଦଳ ଦାୟିତ୍ବ ଦେଇଥିଲା ଓ ଚଳିତ ବର୍ଷ ମାର୍ଚ୍ଚରେ ରାଜ୍ୟସଭା ସାଂସଦ ଭାବେ ନିର୍ବାଚିତ ହୋଇଥିଲେ । ନିର୍ବାଚନର ଗୋଟିଏ ବର୍ଷ ପୂର୍ବରୁ ରାଜ୍ୟରେ ହଠାତ ମୁଖ୍ୟମନ୍ତ୍ରୀ ବଦଳ ସମସ୍ତଙ୍କୁ ଚକିତ କରିଛି । 

    Maximum 500 characters

    ଦେଶ ବିଦେଶ View all

    Find Us on Facebook