Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ରାଜ୍ୟ ଖବର

ମୁଖ୍ୟ ଖବର

    ବଲାଙ୍ଗୀରରେ ନୂଆଁଖାଇ ଲଗ୍ନ ଧାର୍ଯ୍ୟ

    Share on :
    ajab-Image
    Date: Aug 7, 2026    Views: 3048

    ବଲାଙ୍ଗୀର:  ବଲାଙ୍ଗୀର ଜିଲ୍ଲା ପାଇଁ ପାଟଣା ମହାରାଜାଙ୍କ ଶୈଳଶ୍ରୀ ପ୍ୟାଲେସରୁ ପ୍ରକାଶ ପାଇଛି ନୂଆଁଖାଇ ଲଗ୍ନ । ଆସନ୍ତା ସେପ୍ଟେମ୍ବର ୧୫ ତାରିଖ ସକାଳ ୯ଟା ୩୬ ମିନିଟରୁ ୧୦ଟା ୧୦ ମିନିଟ ଯାଏଁ ରହିଛି ଅମୃତ ବେଳା । ଆସନ୍ତା ଭାଦ୍ରବ ଶୁକ୍ଳ ପଞ୍ଚମୀ ତିଥି ସେପ୍ଟେମ୍ବର ୧୫ ତାରିଖ ମଙ୍ଗଳବାର ସକାଳ ୯ଟା ୩୬ ମିନିଟରୁ ଦିନ ୧୦ଟା ୧୦ ମିନିଟରେ ମଧ୍ୟରେ ମାଆ ପାଟଣେଶ୍ୱରୀ,ମାଆ ସମଲେଶ୍ୱରୀଙ୍କ ନିକଟରେ ନବାନ୍ନ ଲାଗିହେବ । ପରେ ବଲାଙ୍ଗୀର ଜିଲ୍ଲାର ଲୋକେ ନୂଆ ଖାଇବେ ବୋଲି ରାଜ ପୁରୋହିତ ସନ୍ତୋଷ କୁମାର ଦାସ ସୂଚନା ଦେଇଛନ୍ତି । ଏନେଇ ଶୈଳଶ୍ରୀ ପ୍ୟାଲେସରେ ଜ୍ୟୋତିର୍ବିଦ ଓ ପଣ୍ଡିତ ମହାସଭାର ସଦସ୍ୟଙ୍କୁ ନେଇ ଲଗ୍ନ ସ୍ଥିର କରାଯାଇଛି ।
    କହି ରଖୁଛୁ କି, ନୂଆଁଖାଇ ଏକ ଗଣପର୍ବ । ଗ୍ରାମ ବା ସହରର ପଡ଼ା ଅଞ୍ଚଳରେ ନୂଆଖାଇ ଦିନ ନବାନ୍ନ ଦେଇ ପୂଜା ବିଧି ସମାପ୍ତ ହେବା ପରେ ପରିବାରର ମୁଖ୍ଯଙ୍କ ହାତରୁ ସମସ୍ତେ ନବାନ୍ନ ଭୋଗ ଗ୍ରହଣ କରନ୍ତି । ତାହା ଖାଇ ସାରି ପରିବାରର ସମସ୍ତ ବ୍ୟକ୍ତି ନିଜର ବୟସ୍କମାନଙ୍କୁ ଭୂମିଷ୍ଠ ପ୍ରଣାମ ସହ ଆଶୀର୍ବାଦ ଗ୍ରହଣ କରନ୍ତି । ପରେ ପିଠା ପଣା ସହ ନବାନ୍ନ ଭୋଜି ଖାଇ ସାରି ଗ୍ରାମ ବା ପଡ଼ୋଶୀରେ ଥିବା ସମସ୍ତ ବୟୋଜ୍ୟେଷ୍ଠ ମାନଙ୍କୁ ଭେଟି ପ୍ରଣାମ କରିଥାନ୍ତି । ଏହି ସମୟରେ ଗ୍ରାମ ବା ପଡ଼ାର ଲୋକମାନେ ନିଜ ଭିତରେ ପୂର୍ବରୁ ଥିବା ଭେଦ ଭାବ ଭୁଲି ଯାଆନ୍ତି । ପରିବାରମଧ୍ୟରେ ଥିବା ମତଭେଦ ମଧ୍ୟ ଏହି ସମୟରେ ସମାଧାନ ହୋଇଥାଏ । ସମସ୍ତେ ପୁଣି ଏକଜୁଟ ହୋଇ ରହନ୍ତି । ଏହା ନୂଆଖାଇ ପର୍ବର ଏକ ବିଶେଷତା ।

    Maximum 500 characters

    ରାଜ୍ୟ ଖବର View all

    Find Us on Facebook