Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ତାଜା ଖବର

ମୁଖ୍ୟ ଖବର

    ବରିଷ୍ଠ ଓଏଏସ୍‌ ସ୍ତରରେ ବଦଳି

    Share on :
    ajab-Image
    Date: May 26, 2023    Views: 2782

    ଭୁବନେଶ୍ୱର: ରାଜ୍ୟ ସରକାର ଗୁରୁବାର ବରିଷ୍ଠ ଓଡ଼ିଶା ପ୍ରଶାସନିକ ସେବା (ଓଏଏସ୍‌) ସ୍ତରରେ ବଦଳି କରିଛନ୍ତି । ରାଜ୍ୟ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ ମହିଳା ଓ ଶିଶୁବିକାଶ ବିଭାଗର ଅତିରିକ୍ତ ସଚିବ ବରିଷ୍ଠ ଓଏଏସ୍‌ ମନସ୍ୱିନୀ ସାହୁଙ୍କୁ ଶକ୍ତି ବିଭାଗର ଅତିରିକ୍ତ ସଚିବ ଭାବେ ବଦଳି କରାଯାଇଛି । ସେହିପରି ଖୋର୍ଦ୍ଧା ଜିଲ୍ଲା ପରିଷଦ କାର୍ୟ୍ୟନିର୍ବାହୀ ଅଧିକାରୀ ବରିଷ୍ଠ ଓଏଏସ୍‌ ଦିଗନ୍ତ ରାଉତରାୟଙ୍କୁ ପାରାଦୀପ ଅତିରିକ୍ତ ଜିଲ୍ଲାପାଳ ଭାବେ ବଦଳି ହୋଇଛି । ସେ ଅତିରିକ୍ତ ଭାବେ ପାରାଦୀପ ପୌର ପରିଷଦର କାର୍ୟ୍ୟନିର୍ବାହୀ ଅଧିକାରୀ ଦାୟିତ୍ୱ ତୁଲାଇବେ ।
    ରାଜ୍ୟ ବିହନ ନିଗମ ପରିଚାଳନା ନିର୍ଦ୍ଦେଶକ ବରିଷ୍ଠ ଓଏଏସ୍‌ ଭବେଶ କୁମାର ନାୟକ ଅତିରିକ୍ତ ଭାବେ ରାଜ୍ୟ ପଂଚାୟତିରାଜ ଓ ପାନୀୟ ଜଳ ବିଭାଗର ଅତିରିକ୍ତ ସଚିବ ଦାୟିତ୍ୱ ତୁଲାଇବେ । ସେହିପରି ଢେଙ୍କାନାଳ ଜିଲ୍ଲା ପରିଷଦ କାର୍ୟ୍ୟନିର୍ବାହୀ ଅଧିକାରୀ ତନ୍ମୟ କୁମାର ଦରୱାନଙ୍କୁ କଳାହାଣ୍ଡି ଅତିରିକ୍ତ ଜିଲ୍ଲାପାଳ, ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗର ଯୁଗ୍ମ ସଚିବ ଆରତୀ ସାହୁଙ୍କୁ ମତ୍ସ୍ୟ ଓ ପଶୁସମ୍ପଦ ବିଭାଗର ଯୁଗ୍ମ ସଚିବ ଭାବେ ବଦଳି ହୋଇଛି ।
    ସେହିପରି ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖଙ୍କ ବ୍ୟକ୍ତିଗତ ସଚିବ ଭାବେ ଓଏଏସ୍‌ ଦୀନକୃଷ୍ଣ କରଙ୍କୁ ନିଯୁକ୍ତି ମିଳିଛି । କାମାକ୍ଷାନଗର ଉପଜିଲ୍ଲାପାଳ ଜ୍ୟୋତିଶଙ୍କର ସାହୁଙ୍କୁ ଢେଙ୍କାନାଳ ଜିଲ୍ଲା ପରିଷଦ କାର୍ୟ୍ୟନିର୍ବାହୀ ଅଧିକାରୀ ଭାବେ ବଦଳି ହୋଇଛି ।

    ମହିଳା ଓ ଶିଶୁ ବିକାଶ ବିଭାଗର ଉପସଚିବ ନାରାୟଣ ଚନ୍ଦ୍ର ନାୟକଙ୍କୁ କାମାକ୍ଷାନଗର ଉପଜିଲ୍ଲାପାଳ, ନରେନ୍ଦ୍ର ନାୟକଙ୍କୁ ରାୟଗଡ଼ା ଜିଲ୍ଲା ପରିଷଦ କାର୍ୟ୍ୟନିର୍ବାହୀ ଅଧିକାରୀ, ରାଖାଲ ଚନ୍ଦ୍ର ପରିଡ଼ାଙ୍କୁ ବାରିପଦା ଅତିରିକ୍ତ ଉପଜିଲ୍ଲାପାଳ, ରାଜକିଶୋର ଜେନାଙ୍କୁ ଭୁବନେଶ୍ୱର ମହାନଗର ନିଗମର ଉପକମିଶନର ଓ ଆଲୋକ କୁମାର ଦେହୁରୀଙ୍କୁ ଆଠଗଡ଼ ଅତିରିକ୍ତ ଉପଜିଲ୍ଲାପାଳ ଭାବେ ବଦଳି କରାଯାଇଛି ।

    Maximum 500 characters

    ତାଜା ଖବର View all

    Find Us on Facebook