Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ତାଜା ଖବର

ମୁଖ୍ୟ ଖବର

    ନୂଆ ୨,୫୦୦ ଗୃହରକ୍ଷୀ ପଦବୀ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

    Share on :
    ajab-Image
    Date: Apr 15, 2025    Views: 2844

    ଭୁବନେଶ୍ୱର : ଖୁସି ଖବର। ରାଜ୍ୟରେ ଆଉ ନୂଆ ୨,୫୦୦ ଗୃହରକ୍ଷୀ ପଦବୀକୁ ମିଳିଛି ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ । ରାଜ୍ୟରେ ସୃଷ୍ଟି ହୋଇଛି ୨,୫୦୦ ନୂଆ ଗୃହରକ୍ଷୀ ପଦବୀ। ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି। ରାଜ୍ୟରେ ବର୍ତ୍ତମାନ ଗୃହରକ୍ଷୀ ପଦବୀ ସଂଖ୍ୟା ୧୭,୬୭୫ ଅଛି। ୨,୫୦୦ ନୂଆ ପଦବୀ ସୃଷ୍ଟି ହେବା ପରେ ସମୁଦାୟ ପଦବୀ ସଂଖ୍ୟା ୨୦,୧୭୫କୁ ବୃଦ୍ଧି ପାଇଛି।

    ରାଜ୍ୟରେ ଆଇନ ଶୃଙ୍ଖଳା ପରିସ୍ଥିତିକୁ ସୁଦୃଢ କରିବା ପାଇଁ ରାଜ୍ୟ ପୁଲିସ ବାହିନୀରେ ପଦବୀ ସଂଖ୍ୟା ବୃଦ୍ଧି କରାଯିବା ସମ୍ପର୍କରେ ମୁଖ୍ୟମନ୍ତ୍ରୀ ପୂର୍ବରୁ ଘୋଷଣା କରିଥିଲେ। ରାଜ୍ୟ ପୁଲିସ ବିଭାଗର ବିଭିନ୍ନ ଶାଖାରେ ପ୍ରାୟ ୧୨,୦୦୦ ପଦବୀ ସୃଷ୍ଟି କରାଯିବ ବୋଲି ମୁଖ୍ୟମନ୍ତ୍ରୀ ପୂର୍ବରୁ ଘୋଷଣା କରିଛନ୍ତି।

    Maximum 500 characters

    ତାଜା ଖବର View all

    Find Us on Facebook