Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ତାଜା ଖବର

ମୁଖ୍ୟ ଖବର

    କେନ୍ଦୁଝରର ମାଗୁଣି କୁଅଁରଙ୍କୁ ପଦ୍ମଶ୍ରୀ

    Share on :
    ajab-Image
    Date: Mar 23, 2023    Views: 2656

    ନୂଆଦିଲ୍ଲୀ: ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ୫୪ ଜଣଙ୍କୁ ପଦ୍ମ ପୁରସ୍କାର ପ୍ରଦାନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ।  ରାଷ୍ଟ୍ରପତି ଭବନରେ ଆୟୋଜିତ ଭବ୍ୟ ଉତ୍ସବରେ ଏହି ସମ୍ମାନ ପ୍ରଦାନ କରାଯାଇଛି। ପୂର୍ବତନ କେନ୍ଦ୍ରମନ୍ତ୍ରୀ ଏସ୍.ଏମ୍. କ୍ରିଷ୍ଣାଙ୍କୁ ପଦ୍ମ ବିଭୂଷଣ ଏବଂ ବିଶିଷ୍ଟ ଶିଳ୍ପପତି ତଥା ଆଦିତ୍ୟ ବିର୍ଲା ଗ୍ରୁପ୍ ଚେୟାରମ୍ୟାନ କୁମାର ମଙ୍ଗଲମ ବିର୍ଲାଙ୍କୁ ପଦ୍ମ ଭୂଷଣରେ ସମ୍ମାନିତ କରାଯାଇଛି।
    ପଦ୍ମଶ୍ରୀ ପୁରସ୍କାରପ୍ରାପ୍ତ ବିଶିଷ୍ଟ ବ୍ୟକ୍ତିଙ୍କ ମଧ୍ୟରେ ଅଛନ୍ତି ଓଡ଼ିଶାର ମାଗୁଣି ଚରଣ କୁଅଁର। ୬ ଦଶନ୍ଧି ଧରି ବିଲୁପ୍ତପ୍ରାୟ କାଠ କଣ୍ଢେଇ ନାଚକୁ ବଞ୍ଚାଇ ରଖିବା କ୍ଷେତ୍ରରେ ମାଗୁଣି ଥିଲେ ଜଣେ ଧୁରିଣ ସାଧକ। ସେଥିପାଇଁ କେନ୍ଦୁଝରର ମାଗୁଣିଙ୍କୁ କଳା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ପଦ୍ମଶ୍ରୀରେ ସମ୍ମାନିତ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ।

    Maximum 500 characters

    ତାଜା ଖବର View all

    Find Us on Facebook