ଭୁବନେଶ୍ୱର: ସବୁ କଳ୍ପନାଜଳ୍ପନାର ଅନ୍ତଃ ଘଟିଛି । କରୋନାର କରାଳ କାୟା ଭିତରେ ପଞ୍ଚାୟତ ନିର୍ବାଚନ ହେବ କି ନାହିଁ, ତାକୁ ନେଇ ସମସ୍ତେ ଦ୍ୱନ୍ଦ୍ୱରେ ଥିବା ବେଳେ ଉକ୍ତ ଦ୍ୱନ୍ଦ୍ୱ ଦୂର ହୋଇଛିି । ଆଜି ଗୀତଗୋବିନ୍ଦ ସଦନରେ ଏକ ସାମ୍ବାଦିକ ସମ୍ମିଳନୀ ଡାକି ରାଜ୍ୟ ନିର୍ବାଚନ କମିଶନର ଆଦିତ୍ୟ ପାଢୀ ଉକ୍ତ ଦ୍ୱନ୍ଦ୍ୱ ଦୂର କରିଛନ୍ତି । ପଞ୍ଚାୟତ ନିର୍ବାଚନକୁ ନେଇ ଶ୍ରୀ ପାଢୀ ଏକ ବଡ଼ ଘୋଷଣା କରିଛନ୍ତି । ତାହା ହେଲା କରୋନା କଟକଣା ଭିତରେ ପଞ୍ଚାୟତ ନିର୍ବାଚନ ହେବ । ଆଉ ୫ଟି ପର୍ଯ୍ୟାରେ ହେବ ପଞ୍ଚାୟତ ଭୋଟ । ଆସନ୍ତା ଫେବୃଆରୀ ୧୬, ୧୮, ୨୦, ୨୨ ଓ ୨୪ରେ ଭୋଟ ଗ୍ରହଣ ହେବ । ଏହାଛଡ଼ା ଫେବୃଆରୀ ୨୫, ୨୭ ଓ ୨୮ରେ ଭୋଟ ଗଣତି ହେବ । ତେବେ ନିର୍ବାଚନ ପରିପ୍ରେକ୍ଷୀରେ ଆଜି ଠାରୁ ରାଜ୍ୟରେ ଆଦର୍ଶ ଆଚରଣ ବିଧି ଲାଗୁ ନେଇ ଘୋଷଣା କରାଯାଇଛି ।
ତେବେ ପଞ୍ଚାୟତ ନିବାଚନ ପାଇଁ ଜାନୁଆରୀ ୧୩ରେ ବିଜ୍ଞନ୍ତି ଜାରି ହେବ । ଜାନୁଆରୀ ୧୭ରୁ ୨୧ ପର୍ଯ୍ୟନ୍ତ ପ୍ରାର୍ଥୀପତ୍ର ଦାଖଲ କରାଯାଇ ପାରିବ । ୨୨ରେ ପ୍ରାର୍ଥୀପତ୍ରଗୁଡ଼ିକର ଯାଞ୍ଚ କରାଯିବ । ୨୫ ତାରିଖ ପର୍ଯ୍ୟନ୍ତ ପ୍ରାର୍ଥୀପତ୍ର ପ୍ରତ୍ୟାହାର କରାଯାଇ ପାରିବ । ୨୫ ତାରିଖରେ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇବ ।
ଅନ୍ୟପକ୍ଷରେ ମାର୍ଚ୍ଚ ୧୧ରେ ନାଏବ ସରପଞ୍ଚ ନିର୍ବାଚନ ଅନୁଷ୍ଠିତ ହେବ । ସେହିପରି ମାର୍ଚ୍ଚ ୧୨ରେ ପଞ୍ଚାୟତ ସମିତି ଅଧ୍ୟକ୍ଷ ଓ ୨୩ରେ ଉପାଧ୍ୟକ୍ଷ ନିର୍ବାଚନ ଅନୁଷ୍ଠିତ ହେବ । ମାର୍ଚ୍ଚ ୧୩ରେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଓ ୨୫ରେ ଉପାଧ୍ୟକ୍ଷ ନିର୍ବାଚନ ଅନୁଷ୍ଠିତ ହେବ । ଏହି ଅବସରରେ ଶ୍ରୀ ପାଢୀ ଆଉ କ’ଣ କହିଛନ୍ତି ଆସନ୍ତୁ ଜାଣିବା ।
- ମିଥ୍ୟା ସତ୍ୟପାଠ ଦେଲେ ପ୍ରାର୍ଥୀଙ୍କୁ ଦଣ୍ଡିତ କରିବାକୁ ପ୍ରାବଧାନ ରହିଛି ।
- ଭୋଟ ଗ୍ରହଣ ସରିଲେ ବ୍ଲକସ୍ତରରେ ହେବ ଭୋଟ ଗଣତି
- ସକାଳ ୭ଟାରୁ ଦିନ ୧ଟା ପର୍ଯ୍ୟନ୍ତ ଭୋଟ ଗ୍ରହଣ କରାଯିବ
- ପ୍ରଚାର ପାଇଁ ପଥପ୍ରାପ୍ତ ପଦଯାତ୍ରା, ବାଇକ ରାଲି ପାଇଁ ଅନୁମତି ନାହିଁ
- ସର୍ବାଧିକ ୫ ଜଣଙ୍କୁ ଧରି ପ୍ରାଥୟୀମାନେ ଘରକୁ ଘର ପ୍ରଚାର କରିପାରିବେ
- ଡବଲ ଡୋଜ ଟିକା ବା ଆରଟିପିସିଆର ଟେଷ୍ଟ କରିଥିବା ବ୍ୟକ୍ତି ଭୋଟ ଗଣତି କେନ୍ଦ୍ରକୁ ଅନୁମତି
-୫ଟି ପର୍ଯ୍ୟାୟରେ ହେବ ପଞ୍ଚାୟତ ଭୋଟ ଗ୍ରହଣ
-ଆଜି ଠାରୁ ରାଜ୍ୟରେ ଆଦର୍ଶ ଆଚରଣ ବିଧି ଲାଗୁ
Comments ସମସ୍ତ ମତାମତ