Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ରାଜନୀତି

ମୁଖ୍ୟ ଖବର

    ପଞ୍ଚାୟତ ନିର୍ବାଚନ ନେଇ କୋଭିଡ ଗାଇଡଲାଇନ

    Share on :
    ajab-Image
    Date: Jan 11, 2022    Views: 2892

    ଭୁବନେଶ୍ୱର: ପଞ୍ଚାୟତ ନିର୍ବାଚନ ନେଇ ପ୍ରକାଶ ପାଇଲା ତାରିଖ । ପାଞ୍ଚୋଟି ପର୍ୟ୍ୟାୟରେ ରାଜ୍ୟରେ ଅନୁଷ୍ଠିତ ହେବ ପଞ୍ଚାୟତ ନିର୍ବାଚନ ।  ସକାଳ ୭ରୁ ଅପରାହ୍ନ ୧ ଯାଏଁ ପଡିବ ଭୋଟ  । ଫେବୃଆରୀ ୧୬,୧୮,୨୦, ୨୨, ୨୪ରେ ତାରିଖରେ ଭୋଟ ଗ୍ରହଣ କରାଯିବ  ।  ଫେବୃଆରୀ ୨୬, ୨୭ ଓ ୨୮ ତାରିଖରେ ଭୋଟ ଗଣତି କରାଯିବ ।  ଜାନୁଆରୀ ୧୭ରୁ ୨୧ ପର୍ୟ୍ୟନ୍ତ ପ୍ରାର୍ଥୀପତ୍ର ଦାଖଲ  । ୨୨ ଜାନୁଆରୀରେ ପ୍ରାର୍ଥୀପତ୍ର ହେବ ଯାଞ୍ଚ   । ୨୫ ଜାନୁଆରୀରେ ଚୂଡ଼ାନ୍ତ ତାଲିକା ପ୍ରକାଶ ପାଇବ  ।ଏନେଇ ପ୍ରେସମିଟ୍‌ ଜରିଆରେ ସୂଚନା ପ୍ରଦାନ କରିଛନ୍ତି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ଆଦିତ୍ୟ ପ୍ରସାଦ ପାଢୀ  ।

    ସେପଟେ ଆଜିଠାରୁ ରାଜ୍ୟରେ ଲାଗୁ ହୋଇଛି ଆଦର୍ଶ ଆଚରଣବିଧି ପ୍ରଥମ ପର୍ୟ୍ୟାରେ ୩୦ଟି ଜିଲ୍ଲାର ୭୧ଟି ବ୍ଲକ, ୨୦୨ ଜିଲ୍ଲା ପରିଷଦ ଜୋନ୍‌, ୧୬ଶହ ୬୯ଟି ପଞ୍ଚାୟତ ଓ ୨୨ହଜାର ୩୭୯ ବୁଥ୍‌ରେ ନିର୍ବାଚନ ହେବ । ଦ୍ବିତୀୟ ପର୍ୟ୍ୟାୟରେ ୩୦ ଜିଲ୍ଲାର ୬୮ଟି ବ୍ଲକ, ୧୮୬ ଜିଲ୍ଲା ପରିଷଦ ଜୋନ୍‌, ୧୫୧୪ ଗ୍ରାମପଞ୍ଚାୟତ ଓ ୨୦ହଜାର ୪୩୬ ବୁଥ୍‌ରେ ଭୋଟ୍‌ ଗ୍ରହଣ କରାଯିବ । ତୃତୀୟ ପର୍ୟ୍ୟାୟରେ ୨୯ଟି ଜିଲ୍ଲାର ୬୩ଟି ବ୍ଲକ, ୧୭୧ ଜିଲ୍ଲା ପରିଷଦ, ୧୩୮୨ ଗ୍ରାମପଞ୍ଚାୟତ, ୧୮୪୯୫ ବୁଥ୍‌ରେ ଭୋଟ୍ ହେବ ।

    ପଞ୍ଚାୟତ ନିର୍ବାଚନ ନେଇ କୋଭିଡ ଗାଇଡଲାଇନ
    ପଥପ୍ରାନ୍ତ ପ୍ରଦର୍ଶନ, ପଦଯାତ୍ରା, ସାଇକେଲ, ମୋଟରସାଇକେଲ, ଯାନ ପଟୁଆରକୁ ଅନୁମତି ନାହିଁ । ରାଜନୈତିକ ଦଳ କିମ୍ବା ସମ୍ଭାବ୍ୟ ପ୍ରାର୍ଥୀ ବା ନିର୍ବାଚନରେ ସଂପୃକ୍ତ କୌଣସି ଗୋଷ୍ଠୀଙ୍କର ସମାବେଶ ନିଷିଦ୍ଧ । କୋଭିଡ ସୁରକ୍ଷା ଦୃଷ୍ଟିରୁ ରାଜନୈତିକ ଦଳ ଓ ପ୍ରାର୍ଥୀମାନଙ୍କୁ ଡିଜିଟାଲ, ମୋବାଇଲ ମାଧ୍ୟମରେ ପ୍ରଚାର କରିବା ପାଇଁ କମିଶନ ନିର୍ଦ୍ଦେଶ ଦେଇଛନ୍ତି । ସର୍ବାଧିକ ୫ ଜଣ ଲୋକଙ୍କ ସହିତ ପ୍ରାର୍ଥୀମାନେ ଘରକୁ ଘର ବୁଲି ପ୍ରଚାର କରିପାରିବେ ।ଭୋଟ ଗଣତି ପରେ କୌଣସି ବିଜୟ ଶୋଭାଯାତ୍ରା କରିବେ ନାହିଁ । ଯଦି କୌଣସି ପ୍ରାର୍ଥୀ କିମ୍ବା ରାଜନୈତିକ ଦଳ କୋଭିଡ଼ ଗାଇଡ ଲାଇନ ଖିଲାପ କରନ୍ତି, ତାହେଲେ ବିପର୍ୟ୍ୟୟ ପରିଚାଳନା ଆଇନ ୨୦୦୫ର ଧାରା ୫୧ - ୬୦ ଅନୁଯାୟୀ ଦଣ୍ଡିତ ହେବେ । ସମ୍ପୂର୍ଣ୍ଣ କୋଭିଡ ଟିକା ନେଇଥିବା ଏବଂ ନେଗେଟିଭ  RTPCR   ଓ ଆଣ୍ଟିଜେନ ଟେଷ୍ଟ ରିପୋର୍ଟ ଥିବା ବ୍ୟକ୍ତି ଭୋଟ ଗଣତି କେନ୍ଦ୍ରକୁ ପ୍ରବେଶ କରି ପାରିବେ । ସାମ୍ପ୍ରତିକ ପରିସ୍ଥିତିକୁ ଦୃଷ୍ଟିରେ ରଖି କଟକଣା କୋହଳ କିମ୍ବା କଠୋର କରାଯାଇପାରେ ।

    Maximum 500 characters

    ରାଜନୀତି View all

    Find Us on Facebook