Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ରାଜନୀତି

ମୁଖ୍ୟ ଖବର

    ପଞ୍ଚାୟତ ନିର୍ବାଚନ: ପ୍ରକାଶ ପାଇଲା ବିଜ୍ଞପ୍ତି

    Share on :
    ajab-Image
    Date: Jan 13, 2022    Views: 3309

    ଭୁବନେଶ୍ୱର: ଗୋଟିଏ ପଟେ କରୋନାର ତୃତୀୟ ଲହର ଚିନ୍ତା ଓ ଅନ୍ୟପଟେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ । ଆଜି ପଂଚାୟତ ନିର୍ବାଚନ ଲାଗି ନିର୍ବାଚନ ଅଧିକାରୀ ବିଜ୍ଞପ୍ତି ପ୍ରକାଶ କରିଛନ୍ତି । ସରପଞ୍ଚ ଓ ସମିତି ସଭ୍ୟଙ୍କ ପାଇଁ ଗ୍ରାମ ପଂଚାୟତ କାର୍ଯ୍ୟାଳୟରେ, ଜିଲ୍ଲା ପରିଷଦ ସଭ୍ୟଙ୍କ ପାଇଁ ଜିଲ୍ଲା ଓ ବ୍ଲକ କାର୍ଯ୍ୟାଳୟରେ ବିଜ୍ଞପ୍ତି ପ୍ରକାଶ ପାଇଛି । 
    ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଫେବୃଆରୀ ୧୬ରେ ହେବ । ଫେବୃଆରୀ ୧୬, ୧୮, ୨୦,୨୨ ଓ ୨୪ତାରିଖରେ ମତଦାନ ହେବ । ଏଥିପାଇଁ ଜାନୁଆରୀ ୧୭ ରୁ ୨୧ ତାରିଖ ମଧ୍ୟରେ ନାମାଙ୍କନପତ୍ର ଦାଖଲ କରିବେ ।
    ଚଳିତଥର ରାଜ୍ୟର ସମସ୍ତ ପର୍ଯ୍ୟାୟ ନିର୍ବାଚନ ଶେଷ ପରେ ଭୋଟ ଗଣତି ହେବ  । ଆସନ୍ତା ଫେବ୍ରୁଆରୀ ୨୬, ୨୭ ଓ ୨୮ ତାରିଖରେ ଭୋଟ ଗଣତି ହେବା ସହ ଫଳାଫଳ ପ୍ରକାଶ ପାଇବ  । ପ୍ରତ୍ୟେକ ଦିନ ଗୋଟିଏ ବ୍ଲକରେ ଗୋଟିଏ ଜିଲ୍ଲା ପରିଷଦ ଜୋନର ଭୋଟ ଗଣତି କରାଯିବ  । ସେହି ଜିଲ୍ଲା ପରିଷଦ ଜୋନରେ ଯେତେ ସରପଞ୍ଚ ଓ ସମିତି ସଭ୍ୟ ଥିବେ ସେମାନଙ୍କର ମଧ୍ୟ ଭୋଟଗଣତି ସେହିଦିନ ହେବ  । ଭୋଟ ଗଣତିକୁ ସରଳ ଓ ସହଜ କରିବାକୁ ଏଭଳି ନିଷ୍ପତ୍ତି ନିଆଯାଇଛି  ।  

    Maximum 500 characters

    ରାଜନୀତି View all

    Find Us on Facebook