ମୁଖ୍ୟ ଖବର
ଭୁବନେଶ୍ୱର : ଆଜି ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷା ଫଳ। ମଧ୍ୟାହ୍ନ ସାଢ଼େ ୧୨ଟାରେ ପରୀକ୍ଷା ଫଳ ସିଏଚ୍ଏସ୍ଇ କାର୍ଯ୍ୟାଳୟରେ ଓ ଅପରାହ୍ନ ୩ଟାରୁ ଛାତ୍ରଛାତ୍ରୀମାନେ ୱେବ୍ସାଇଟ୍ରେ ନିଜର ପରୀକ୍ଷା ଫଳ ଦେଖିପାରିବେ ।
ସିଏଚ୍ଏସ୍ଇ ପକ୍ଷରୁ କୁହାଯାଇଛି, ବୁଧବାର କଳା, ବାଣିଜ୍ୟ, ବିଜ୍ଞାନ ଓ ଧନ୍ଦାମୂଳକ ଶିକ୍ଷାର ଫଳ ପ୍ରକାଶ ପାଇବ । ଛାତ୍ରଛାତ୍ରୀମାନେ ନିଜର ପରୀକ୍ଷା ଫଳ ୱେବ୍ସାଇଟ୍ www.results.odisha. gov.in, www.results. digilocker.gov.inରେ ଦେଖିପାରିବେ । ପରୀକ୍ଷା ଫଳ ଲୋକାର୍ପଣ କାର୍ଯ୍ୟକ୍ରମରେ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କ ସମେତ ସଚିବ ଏନ୍ ତିରୁମାଲା ନାଏକ, ସିଏଚ୍ଏସ୍ଇ ଅଧ୍ୟକ୍ଷ ମୃଣାଳକାନ୍ତି ଦାସ, ସଚିବ ଶୁଭ୍ରାବାଳା ପରିଡ଼ା ଓ ପରୀକ୍ଷା ନିୟନ୍ତ୍ରକ ପ୍ରଶାନ୍ତ କୁମାର ପରିଡ଼ା ପ୍ରମୁଖ ଉପସ୍ଥିତ ରହିବେ।
Comments ସମସ୍ତ ମତାମତ