Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ଖେଳ ଖବର

ମୁଖ୍ୟ ଖବର

    ପୋଲିସ୍ ହକି ଚାମ୍ପିୟନସିପ୍ ୨୦୨୫ର “ଲୋଗୋ ଏବଂ ମାସ୍କଟ-ଆଶା” ଉନ୍ମୋଚିତ

    Share on :
    ajab-Image
    Date: Apr 7, 2025    Views: 3438

    ଭୁବନେଶ୍ଵର:  ଭୁବନେଶ୍ବର ସ୍ଥିତ ପୋଲିସ୍ ଭବନରେ  ୭୩ତମ ସର୍ବଭାରତୀୟ ପୋଲିସ୍ ହକି ଚାମ୍ପିୟନସିପ୍ ୨୦୨୫ର Curtain Raiser ସମାରୋହ ଅନୁଷ୍ଠିତ ହୋଇଯାଇଛି । ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ୭୩ତମ ସର୍ବଭାରତୀୟ ପୋଲିସ୍ ହକି ଚାମ୍ପିୟନସିପ୍ ୨୦୨୫ର “ଲୋଗୋ ଏବଂ ମାସ୍କଟ-ଆଶା” କୁ  ଉନ୍ମୋଚନ କରିଛନ୍ତି ।  
    କେନ୍ଦୁଝର ଜିଲ୍ଲାର ଏକ ଜଙ୍ଗଲରୁ  ଗୁରୁତର ଆହତ ଅବସ୍ଥାରେ ରାଜ୍ୟ ସରକାରଙ୍କ ଜଙ୍ଗଲ ବିଭାଗର କର୍ମଚାରୀମାନେ   ଏକ ଗଜ ଶାବକ (ହାତୀ ଛୁଆ)କୁ ଉଦ୍ଧାର କରିଥିଲେ ।   ପରେ ତାକୁ ସେଠାରୁ ନନ୍ଦନକାନନକୁ ସ୍ଥାନାନ୍ତର କରାଯାଇଥିଲା । ତାର  ଏହି ସଂଘର୍ଷମୟ କାହାଣୀ ଉପରେ "ଆଶା"  ଆଧାରିତ   ଯିଏକି   ବର୍ତ୍ତମାନ ନନ୍ଦନକାନନରେ ସୁସ୍ଥ ଓ ସୁରକ୍ଷିତ ଅବସ୍ଥାରେ ଅଛି । ଏହି ମାସକଟ୍‌ "ଆଶା" ଦୟା, ସାହସ ଓ ପରିବେଶ ସଂରକ୍ଷଣ ପ୍ରତି ଓଡ଼ିଶାର ପ୍ରତିବଦ୍ଧତାକୁ ପ୍ରତିନିଧିତ୍ୱ କରୁଛି ବୋଲି ଡିଜିପି ନିଜ ଅଭିଭାଷଣରେ କହିଥିଲେ । 
    ଓଡ଼ିଶା ପୋଲିସ ଏହି ଚାମ୍ପିୟନସିପ୍‌ କୁ ଦ୍ବିତୀୟ ଥର ପାଇଁ ଆୟୋଜନ କରୁଥିବାରୁ ଶ୍ରୀ ଖୁରାନିଆ  ଖୁସି ବ୍ୟକ୍ତ କରିବା ସହ ଏଥି ନିମନ୍ତେ ସେ ସର୍ବଭାରତୀୟ ପୋଲିସ୍ କ୍ରୀଡା ନିୟନ୍ତ୍ରଣ ବୋର୍ଡ୍‌ କୁ ଧନ୍ୟବାଦ ଜଣାଇଥିଲେ ।  ଏହି ଚାମ୍ପିୟନସିପ୍ ଭୁବନେଶ୍ବର କଳିଙ୍ଗ ଷ୍ଟାଡିୟମ୍ ଠାରେ ଅପ୍ରେଲ ୭ ରୁ ୧୪ ତାରିଖ ପର୍ଯ୍ୟନ୍ତ ଆୟୋଜିତ ହେବାକୁ ଯାଉଛି ।   ଏଥିରେ ୨୬ଟି ପୁରୁଷ ଦଳ ଓ ୯ଟି ମହିଳା ଦଳ ଅଂଶଗ୍ରହଣ କରୁଥିବା ବେଳେ ମୋଟ ୪୮ଟି ମ୍ୟାଚ୍‌ ଖେଳାଯିବ । ସିଆଇଏସଏଫ୍‌, ସିଆରପିଏଫ୍‌, ବିଏସଏଫ୍‌, ଆଇଟିବିପି ଓ ଏସଏସବି ଭଳି କେନ୍ଦ୍ରୀୟ ସଶସ୍ତ୍ର ବାହିନୀ ଦଳଗୁଡ଼ିକ ଏହି ପ୍ରତିଯୋଗିତାର ମଧ୍ୟ ଅଂଶ ଗ୍ରହଣ କରୁଛନ୍ତି ବୋଲି ଡିଜିପି ସୂଚନା ଦେଇଥିଲେ ।   
    ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ଆୟୋଜନ କମିଟିର ଉପସଭାପତି ତଥା ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ମୁଖ୍ୟାଳୟ) ଦୟାଲ ଗଙ୍ଗୱାର, ଆୟୋଜନ କମିଟିର ଉପସଭାପତି ତଥା ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ସଶସ୍ତ୍ର ) ରାଜେଶ କୁମାର, ଆୟୋଜନ କମିଟିର ସମ୍ପାଦକ ତଥା ଆଇଜି(ତାଲିମ)  ଅନୁପ କୁମାର ସାହୁ, ସମସ୍ତ ଟିମର ମ୍ୟାନେଜର ଏବଂ ଅଧିନାୟକ, ପୋଲିସ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ ।

    Maximum 500 characters

    ଖେଳ ଖବର View all

    Find Us on Facebook