ମୁଖ୍ୟ ଖବର
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପଂଚମ ପାଳି ସରକାରରେ ପ୍ରଥମଥର ପାଇଁ ମନ୍ତ୍ରିମଣ୍ଡଳ ଅଦଳବଦଳ କରାଯାଇଛି । ୨୦୨୪ ପାଇଁ ପ୍ରସ୍ତୁତି ଆରମ୍ଭ କରି ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଏନେଇ ନୂଆ ଟିମ ଗଢିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସରକାରର ପଞ୍ଚମ ପାଳିରେ ମାଷ୍ଟରଷ୍ଟୋକ ଖେଳି ମନ୍ତ୍ରୀ ବଦଳାଇଛନ୍ତି ନବୀନ । ଆଉ ଆଜି ରାଜ୍ୟ ନୂଆ ମନ୍ତ୍ରୀମଣ୍ଡଳର ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହେଉଛି । ଏଥିପାଇଁ ଲୋକସେବା ଭବନର କନଭେନସନ୍ ହଲରେ ଭବ୍ୟ ଆୟୋଜନ କରାଯାଇଛି। ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ମନ୍ତ୍ରୀମାନଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି ।
ତେବେ ଏହାରି ଭିତରେ ରାଜ୍ୟ ରାଜନୀତିରେ ଚର୍ଚ୍ଚିତ ଚେହେରା ପ୍ରମିଳା ମଲ୍ଳିକ ପୁଣି ଥରେ ମନ୍ତ୍ରୀ ଭାବେ ଶପଥ ନେଇଛନ୍ତି । ଯାଜପୁର ବିଞ୍ଝାରପୁର ବିଧାୟିକା ଭାବେ ସେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ । ପୂର୍ବରୁ ମନ୍ତ୍ରୀ ଭାବେ ମଧ୍ୟ ଦାୟିତ୍ୱ ତୁଲାଇସାରିଛନ୍ତି । ତେବେ ନବୀନଙ୍କ ଚତୁର୍ଥ ପାଳିରେ ସରକାରୀ ଦଳ ମୁଖ୍ୟ ସଚେତକ ଭାବେ ଦାୟିତ୍ୱ ତୁଲାଇଥିବା ପ୍ରମିଳାଙ୍କୁ ପଞ୍ଚମ ପାଳିର ମନ୍ତ୍ରୀ ମଣ୍ଡଳରେ ସାମିଲ କରିଛନ୍ତି ନବୀନ ପଟ୍ଟନାୟକ । ଏଥର କ୍ୟାବିନେଟ୍ ମନ୍ତ୍ରୀ ଭାବେ ଲୋକସେବା ଭବନର କନଭେକ୍ସନ ହଲରେ ପଦ ଓ ଗୋପନୀୟତାର ଶପଥପାଠ କରାଇଲେ ମହାମହିମ ରାଜ୍ୟପାଳ ପ୍ରଫେସର ଗଣେଷୀ ଲାଲ୍ ।
Comments ସମସ୍ତ ମତାମତ