Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ରାଜନୀତି

ମୁଖ୍ୟ ଖବର

    ଶପଥ ନେଲେ ପ୍ରତାପ ଦେବ

    Share on :
    ajab-Image
    Date: Jun 5, 2022    Views: 4374

     ଭୁବନେଶ୍ୱର:  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପଂଚମ ପାଳି ସରକାରରେ ପ୍ରଥମଥର ପାଇଁ ମନ୍ତ୍ରିମଣ୍ଡଳ ଅଦଳବଦଳ କରାଯାଇଛି  । ୨୦୨୪ ପାଇଁ ପ୍ରସ୍ତୁତି ଆରମ୍ଭ କରି ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଏନେଇ ନୂଆ ଟିମ ଗଢିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସରକାରର ପଞ୍ଚମ ପାଳିରେ ମାଷ୍ଟରଷ୍ଟୋକ ଖେଳି ମନ୍ତ୍ରୀ ବଦଳାଇଛନ୍ତି ନବୀନ ।  ଆଉ ଆଜି  ରାଜ୍ୟ ନୂଆ ମନ୍ତ୍ରୀମଣ୍ଡଳର  ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହେଉଛି  । ଏଥିପାଇଁ ଲୋକସେବା ଭବନର କନଭେନସନ୍ ହଲରେ ଭବ୍ୟ ଆୟୋଜନ କରାଯାଇଛି। ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ମନ୍ତ୍ରୀମାନଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି ।

    ତେବେ  ଏହାରି ଭିତରେ ନବୀନଙ୍କ ନୂଆ ଟିମରେ ଶପଥ ନେଲେ କେନ୍ଦ୍ରାପଡ଼ା ଆଳି ବିଧାୟକ ତଥା ବିଜେଡିର ବରିଷ୍ଠ ନେତା ପ୍ରତାପ ଦେବ । ୨୦୧୭ରେ ରାଜ୍ୟସଭାକୁ ନିର୍ବାଚିତ ହୋଇଥିଲେ ପ୍ରତାପ । ଆଉ ୨୦୧୯ରେ ଆଳି ବିଧାନସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚିତ ହୋଇଥିଲେ ପ୍ରତାପ ଦେବ । ତେବେ ପ୍ରତାପ ଦେବ ନବୀନଙ୍କ ନୂଆ ଟିମର କ୍ୟାବିନେଟ୍ ମନ୍ତ୍ରୀ ଭାବେ ଶପଥ ନେଇଛନ୍ତି । 

    Maximum 500 characters

    ରାଜନୀତି View all

    Find Us on Facebook