Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ରାଜ୍ୟ ଖବର

ମୁଖ୍ୟ ଖବର

    ରଥଯାତ୍ରାରେ ଦଳା ଚକଟା ହୋଇନି: ସ୍ୱାସ୍ଥ୍ୟମନ୍ତ୍ରୀ

    Share on :
    ajab-Image
    Date: Jul 17, 2026    Views: 3052

    ପୁରୀ: ପୁରୀ ରଥଯାତ୍ରାରେ ଅଣନିଶ୍ବାସୀ ହୋଇ ଭକ୍ତଙ୍କ ମୃତ୍ୟୁକୁ ନେଇ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଏକ ବଡ଼ ସୂଚନା ଦେଇଛନ୍ତି। ରଥଯାତ୍ରାରେ ଦଳା ଚକଟା ହୋଇ ନ ଥିବା ମନ୍ତ୍ରୀ କହିଥିବା ବେଳେ ଅଣନିଶ୍ବାସୀ ହେବା କାରଣରୁ ଜଣେ ୬୦ ବର୍ଷୀୟ ବୃଦ୍ଧଙ୍କ ମୃତ୍ୟୁ ଘଟିଥିବା ସ୍ପଷ୍ଟ କରିଛନ୍ତି। ଅନ୍ୟଜଣଙ୍କ ମୃତ୍ୟୁ ହୃଦ୍‌ଘାତ ଜନିତ ବୋଲି ମନ୍ତ୍ରୀ ଆଶଙ୍କା ପ୍ରକାଶ କରିଛନ୍ତି।

    ଏପରିକି ସ୍ବାସ୍ଥ୍ୟମନ୍ତ୍ରୀ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶଦାତା ପ୍ରକାଶ ମିଶ୍ରଙ୍କ ସହ ପୁରୀ ମେଡିକାଲରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା ପରେ ସହାୟତା ରାଶି ଘୋଷଣା କରାଯିବ ବୋଲି ସ୍ବାସ୍ଥ୍ୟମନ୍ତ୍ରୀ କହିଛନ୍ତି।

    ସୂଚନା ଯୋଗ୍ୟ, ପବିତ୍ର ରଥଯାତ୍ରା ପାଇଁ ପୁରୀରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଛି । ଏହାରି ଭିତରେ ପୁରୀ ମରିଚକୋଟ ଛକ ନିକଟରେ କେତେଜଣ ଭକ୍ତ ଅଣନିଶ୍ବାସୀ ହୋଇ ତଳେ ପଡିଯାଇଥିଲେ। ଉଦ୍ଧାରକାରୀ ଦଳ ସେମାନଙ୍କୁ ଉଦ୍ଧାର କରି ପୁରୀ ହସ୍ପିଟାଲରେ ଭର୍ତ୍ତି କରିଥିଲେ।

    Maximum 500 characters

    ରାଜ୍ୟ ଖବର View all

    Find Us on Facebook