Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ତାଜା ଖବର

ମୁଖ୍ୟ ଖବର

    ଆସନ୍ତାକାଲି ପୁରୀ-ରାଉରକେଲା ବନ୍ଦେ ଭାରତ ଏକ୍ସପ୍ରେସର ପୂର୍ଣ୍ଣ ଟ୍ରାଏଲ ରନ୍

    Share on :
    ajab-Image
    Date: Sep 19, 2023    Views: 2751

    ଭୁବନେଶ୍ୱର:  ଆସନ୍ତାକାଲି ହେବ ପୁରୀ-ରାଉରକେଲା ବନ୍ଦେ ଭାରତ ଏକ୍ସପ୍ରେସର ପୂର୍ଣ୍ଣ ଟ୍ରାଏଲ ରନ୍। ଏହା ସକାଳ ୫ଟାରେ ପୁରୀରୁ ବାହାରି ଅପରାହ୍ନ ୧୨ଟା ୪୫ରେ ରାଉରକେଲାରେ ପହଞ୍ଚିବ। ଏହାପରେ ୨ଟା ୧୦ରେ ରାଉରକେଲାରୁ ବାହାରି ୯ଟା ୪୦ରେ ପୁରୀରେ ପହଞ୍ଚିବ। ମାତ୍ର ୬ ଘଣ୍ଟାରେ ପୁରୀରୁ ଯାଇହେବ ରାଉରକେଲା।ଟ୍ରାଏଲ ରନ ଅବସରରେ ବନ୍ଦେ ଭାରତ ଏକ୍ସପ୍ରେସ ଖୋର୍ଦ୍ଧା ରୋଡ, ଭୁବନେଶ୍ୱର, କଟକ, ଢେଙ୍କାନାଳ, ଅନୁଗୋଳ, କେରଜାଙ୍ଗ,ସମ୍ବଲପୁର ସିଟି, ଝାରସୁଗୁଡା ଷ୍ଟେସନରେ ରହିବ।

    ସେପ୍ଟେମ୍ବର ମାସରେ ପୁରୀ-ରାଉରକେଲା ବନ୍ଦେ ଭାରତ ଏକ୍ସପ୍ରେସର ଟ୍ରାଏଲ ରନ୍‌ କରାଯାଇଥିଲା। ଟ୍ରାଏଲ ରନ୍ ବେଳେ ଖୋର୍ଦ୍ଧା, ଭୁବନେଶ୍ୱର, କଟକ ଓ ଢ଼େଙ୍କାନାଳ ଷ୍ଟେସନରେ ମାତ୍ର ୨ ମିନିଟ୍ ଲେଖାଏଁ ଏହି ଟ୍ରେନ୍ ରହିଥିଲା। ପୁରୀ ଷ୍ଟେସନରୁ ସକାଳ ୯ଟା ୩୦ରୁ ବାହାରିଥିବା ବେଳେ ଦିନ ୧୨ଟା ୩୦ରେ ତାଳଚେରରେ ଟ୍ରେନ୍ ପହଞ୍ଚିଥିଲା। ଚଳିତ ବର୍ଷ ମେ’ ମାସ ୧୮ ତାରିଖରେ ପୁରୀରୁ-ହାୱଡ଼ା ପର୍ୟ୍ୟନ୍ତ ଗଡ଼ିଥିଲା ବନ୍ଦେ ଭାରତ ଏକ୍ସପ୍ରେସ୍। ଯାହାକୁ ଭର୍ଚୁଆଲରେ ଶୁଭାରମ୍ଭ କରିଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।

    Maximum 500 characters

    ତାଜା ଖବର View all

    Find Us on Facebook