Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ତାଜା ଖବର

ମୁଖ୍ୟ ଖବର

    ଆଜି ବନକ ଲାଗି ନୀତି: ୫ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ

    Share on :
    ajab-Image
    Date: Dec 3, 2025    Views: 3061

    ପୁରୀ: ବୁଧବାର ମାର୍ଗଶିର ଶୁକ୍ଳ ତ୍ରୟୋଦଶୀ ତିଥିରେ ଶ୍ରୀବିଗ୍ରହଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ସନ୍ଧ୍ୟା ୫ଟାରୁ ରାତ୍ର ୧୦ଟା ପର୍ୟ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି। ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ନୀତି ସମ୍ପାଦନ ବେଳେ ଶ୍ରୀଜୀଉଙ୍କ ସାଧାରଣ ଦର୍ଶନ ବନ୍ଦ ରହିଥାଏ। ବନକ ଲାଗି ନୀତିରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର ହୋଇଥାଏ। ପରମ୍ପରା ଅନୁଯାୟୀ ଦ୍ବିପ୍ରହର ଧୂପ ଶେଷ ହେବା ପରେ ମନ୍ଦିରର ସମସ୍ତ ଦରଜା ବନ୍ଦ କରାଯାଇ ଏହି ନୀତି ସମ୍ପନ୍ନ କରାଯାଇଥାଏ। ଦତ୍ତମହାପାତ୍ର ସେବକ ରତ୍ନ ସିଂହାସନ ଉପରକୁ ଯାଇ ଠାକୁରମାନଙ୍କର ଶ୍ରୀମୁଖ ସିଂହାର କରିଥାନ୍ତି। ଏହି ନୀତି ସମାପନ ହେବା ପର୍ୟ୍ୟନ୍ତ ପ୍ରାୟ ୫ଘଣ୍ଟା ଶ୍ରୀମନ୍ଦିରର ସମସ୍ତ ଦ୍ୱାର ବନ୍ଦ ରହିଥାଏ। ତିନି ଦାରୁମୂର୍ତ୍ତିଙ୍କ ମୁଖମଣ୍ଡଳରେ ଶୃଙ୍ଗାରକୁ ଶ୍ରୀମନ୍ଦିର ଭାଷାରେ ବନକଲାଗି କୁହାଯାଏ।

    Maximum 500 characters

    ତାଜା ଖବର View all

    Find Us on Facebook