Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ରାଜ୍ୟ ଖବର

ମୁଖ୍ୟ ଖବର

    ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବଡ଼ ମହାସ୍ନାନ

    Share on :
    ajab-Image
    Date: Jan 7, 2026    Views: 3270

    ଶ୍ରୀମନ୍ଦିରରେ ବଡ଼ ମହାସ୍ନାନ । ବୁଧବାର ଶ୍ରୀମନ୍ଦିର ଭିତରେ କାଠ ନିକଟରେ ବାନ୍ତି ପଡ଼ିଥିବାରୁ ମହାପ୍ରଭୁଙ୍କ ମହାସ୍ନାନ କରାଯାଇଛି । ତେବେ ମିଳିଥିବା ସୂଚନା ଅନୁସାରେ, ଭିତର କାଠ ନିକଟରେ ବାନ୍ତି ପଡ଼ିଥିବା ନେଇ ସେବାୟତ ଦେଖିଥିଲେ । ଏହାପରେ ଗାରଦଙ୍କୁ ସୂଚନା ଦିଆଯାଇଥିଲା । ଏହାପରେ ମହାପ୍ରଭୁଙ୍କ ସକାଳ ଧୂପ ପରେ ମହାସ୍ନାନ କରାଯାଇଛି । ଏହି କାରଣରୁ ପ୍ରାୟ ୧ ଘଣ୍ଟା ଧରି ମହାପ୍ରଭୁଙ୍କ ଦର୍ଶନ  ବନ୍ଦ ରହିଛି ।
    ଏହାସହିତ ଆଜି ଶ୍ରୀମନ୍ଦିରରେ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିଲାଗି ୫ ଘଣ୍ଟା ପାଇଁ ସାଧାରଣ ଦର୍ଶନ ବନ୍ଦ ରହିବ। ଅପରାହ୍ନ ୫ଟାରୁ ରାତି ୧୦ଟା ପର୍ୟ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଦ୍ୱିତୀୟ ଭୋଗ ମଣ୍ତପ ପରେ ଦତ୍ତ ମହାପାତ୍ର ସେବାୟତମାନେ ରତ୍ନବେଦୀରେ ମହାପ୍ରଭୁଙ୍କ ଏହି ଗୁପ୍ତ ନୀତି ଆରମ୍ଭ କରିବେ । ବନକଲାଗି ନୀତି ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନୀତି ନିର୍ଘଣ୍ଟ ଚୂଡ଼ାନ୍ତ ହୋଇଛି। ଏହା ଏକ ଗୁପ୍ତ ସେବା ହୋଇଥିବାରୁ ୫ ଘଣ୍ଟା ଧରି ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।  ପ୍ରଥା ଓ ପରମ୍ପରା ଅନୁଯାୟୀ, ଶ୍ରୀମନ୍ଦିରରେ ପ୍ରତି ବୁଧବାର କିମ୍ବା ଗୁରୁବାର ବନକ ଲାଗି ନୀତି ପାଳନ ହେବାର ବିଧି ରହିଛି। ପ୍ରତିମାସରେ ହାରାହାରି ଦୁଇଥର ଏହି ବନକ ଲାଗି ହୋଇଥାଏ। ବନକ ଲାଗି ରୀତି ‘ଦତ୍ତ ମହାପାତ୍ର’ଗୋଷ୍ଠୀର ସେବକଙ୍କ ଦ୍ୱାରା କରାଯାଇଥାଏ । 

    Maximum 500 characters

    ରାଜ୍ୟ ଖବର View all

    Find Us on Facebook