ମୁଖ୍ୟ ଖବର
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ଭ୍ଲାଦିମୀର ପୁଟିନଙ୍କ ମଧ୍ୟରେ ଆଜି ଗୁରୁତ୍ବପୂର୍ଣ୍ଣ ଆଲୋଚନା ହେବ। ଏହି ଅବସରରେ ବିଭିନ୍ନ ପ୍ରସଙ୍ଗ ଉପରେ ଦ୍ବିପାକ୍ଷିକ ଆଲୋଚନା ହେବାର କାର୍ୟ୍ୟକ୍ରମ ରହିଛି। ବିଶେଷକରି ଦୁଇ ଭାରତ ଏବଂ ରୁଷ ମଧ୍ୟରେ ହେବାକୁ ଥିବା ପ୍ରତିରକ୍ଷା ଚୁକ୍ତି ଉପରେ ବିଶ୍ବର ନଜର ରହିବ। ଦ୍ବିପାକ୍ଷିକ ଆଲୋଚନା ପୂର୍ବରୁ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ପୁଟିନ୍ ଭେଟିବେ।
ସୂଚନାଯୋଗ୍ୟ, ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇଦିନିଆ ଭାରତ ଗସ୍ତରେ ଆସିଛନ୍ତି। ଗୁରୁବାର ସଂଧ୍ୟାରେ ତାଙ୍କ ସ୍ବତନ୍ତ୍ର ବିମାନ ନୂଆଦିଲ୍ଲୀର ପାଲାମୋ ବିମାନବନ୍ଦରରେ ଅବତରଣ କରିଥିଲା। ବିମାନବନ୍ଦରରେ ତାଙ୍କୁ ଭବ୍ୟ ସ୍ବାଗତ କରାଯାଇଥିଲା। ଖୋଦ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପ୍ରୋଟୋକଲ ଭାଙ୍ଗି ତାଙ୍କୁ ସ୍ବାଗତ କରିଥିଲେ। ଏହି ଅବସରରେ ତାଙ୍କୁ ଗାର୍ଡ ଅଫ ଅନର ପ୍ରଦାନ କରାଯାଇଥିଲା। ଦିଲ୍ଲୀରେ ପହଞ୍ଚିବା ପରେ ରାତି ୮ଟାରେ ପୁଟିନଙ୍କ ସମ୍ମାନରେ ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଏକ ନୈଶ୍ୟଭୋଜି ପ୍ରଦାନ କରାଯାଇଥିଲା।
Comments ସମସ୍ତ ମତାମତ