Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ତାଜା ଖବର

ମୁଖ୍ୟ ଖବର

    ଘୂର୍ଣ୍ଣିବଳୟ:ବର୍ଷା ସମ୍ଭାବନା

    Share on :
    ajab-Image
    Date: Oct 27, 2021    Views: 3515

    ଭୁବନେଶ୍ୱର: ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଓ ଏହାର ଆଖପାଖରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ୨୪ ଘଣ୍ଟାରେ ଘୂର୍ଣ୍ଣିବଳୟ ଲଘୁଚାପ କ୍ଷେତ୍ର ସୃଷ୍ଟି କରିବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ୨୮, ୨୯ ଓ ୩୦ ତାରିଖରେ ରାଜ୍ୟରେ ୭ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସତର୍କ ସୂଚନା ଜାରି କରିଛି।
    ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ ୨୮ ତାରିଖରେ ଗଜପତି, ଗଞ୍ଜାମ, ପୁରୀ, ରାୟଗଡ଼ା ଓ କୋରାପୁଟ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି। ଠିକ୍‌ ସେହିପରି ୨୯ ତାରିଖରେ ଗଜପତି, ଗଞ୍ଜାମ, ରାୟଗଡ଼ା, କୋରାପୁଟ, ମାଲକାନଗିରି ଓ ନବରଙ୍ଗପୁର ବର୍ଷା ହେବାର ଆଶଙ୍କା କରାଯାଉଛି। ୩୦ ତାରିଖରେ କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ଗୋଟିଏ ବା ଦୁଇଟି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ଆଶଙ୍କା ରହିଛି।

    Maximum 500 characters

    ତାଜା ଖବର View all

    Find Us on Facebook