Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ତାଜା ଖବର

ମୁଖ୍ୟ ଖବର

    କାଚିବ ବର୍ଷା : ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି

    Share on :
    ajab-Image
    Date: Jun 23, 2022    Views: 3430

    ଭୁବନେଶ୍ୱର: ଘୂର୍ଣ୍ଣିବଳୟ ପ୍ରଭାବରେ ଶକ୍ତ ହେଉଛି ଦକ୍ଷିଣ ପଶ୍ଚିମ ବାୟୁ । ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଜାରି ରହିଛି । ଉତ୍ତର ଏବଂ ଉପକୂଳ ଓଡ଼ିଶାରେ ୭୦ ରୁ ୧୧୦ ମିଲିମିଟର ପର୍ୟ୍ୟନ୍ତ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବର୍ଷା ନେଇ ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ଗଞ୍ଜାମ, କନ୍ଧମାଳ, ନୟାଗଡ଼, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ଅନୁଗୁଳ, କଟକ, ଖୋର୍ଦ୍ଧା ଓ ଢେଙ୍କାନାଳକୁ ସତର୍କତା ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

    ଘୂର୍ଣ୍ଣିବଳୟ ପ୍ରଭାବରେ ୨୭ ତାରିଖ ପର୍ୟ୍ୟନ୍ତ ଜାରି ରହିପାରେ ବର୍ଷା । ରାଜ୍ୟରେ ବର୍ଷାର ପରିମାଣ ଏବଂ ବିସ୍ତୃତି ବଢ଼ିଥିଲେ ମଧ୍ୟ ରାଜ୍ୟରେ ଏବେ ବି ସ୍ୱାଭାବିକଠାରୁ ୩୮ ପ୍ରତିଶତ ନିଅଣ୍ଟିଆ ବର୍ଷା ହୋଇଛି । ୬ଟି ଜିଲ୍ଲାରେ ସ୍ୱାଭାବିକ ବର୍ଷା ରେକର୍ଡ ହୋଇଥିବା ବେଳେ ୨୪ଟି ଜିଲ୍ଲାରେ ନିଅଣ୍ଟିଆ ବର୍ଷା ହୋଇଛି । ୧୦ଟି ଜିଲ୍ଲାରେ ୬୦ ରୁ ୯୩ ପ୍ରତିଶତ ନିଅଣ୍ଟିଆ ବର୍ଷା ହୋଇଥିବା ବେଳେ ପୁରୀ ଜିଲ୍ଲାରେ ସ୍ଥିତି ସଙ୍ଗୀନ ରହିଛି । ପୁରୀରେ ସ୍ୱାଭାବିକଠାରୁ ୯୩ ପ୍ରତିଶତ କମ୍ ବର୍ଷା ହୋଇଥିବା ବେଳେ ଜଗତସିଂହପୁରରେ  ୯୨ ପ୍ରତିଶତ, ଖୋର୍ଦ୍ଧାରେ ୭୯ ପ୍ରତିଶତ, କେନ୍ଦ୍ରାପଡ଼ାରେ ୭୭ ପ୍ରତିଶତ କମ୍ ବର୍ଷା ରେକର୍ଡ ହୋଇଛି ।

    Maximum 500 characters

    ତାଜା ଖବର View all

    Find Us on Facebook