ମୁଖ୍ୟ ଖବର
ଭୁବନେଶ୍ୱର: ପଶ୍ଚିମା ଝଡ଼ ପୁଣି ସକ୍ରିୟ ହେବ । ଏହାର ପ୍ରଭାବ ରାଜ୍ୟରେ ବର୍ଷା କରାଇବ । ଆଗାମୀ ୪ ଦିନ ଯାଏ ରାଜ୍ୟରେ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।
ଗୁରୁବାର କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, କୋରାପୁଟ, ମାଲକାନଗିରି ଓ ବାଲେଶ୍ୱର ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି । ୨୪ରେ ନବରଙ୍ଗପୁର, ନୂଆପଡ଼ା ଓ ବରଗଡ଼ରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ୨୫ରେ ସୁନ୍ଦରଗଡ଼, ବରଗଡ଼, ଝାରସୁଗୁଡ଼ା, ନୂଆପଡ଼ା, ବଲାଙ୍ଗୀର, ନବରଙ୍ଗପୁର ଓ ମୟୂରଭଞ୍ଜରେ ବର୍ଷା ସମ୍ଭାବନା ଥିବା ପାଣିପାଗ କେନ୍ଦ୍ର ଆକଳନ କରିଛି । ୨୬ରେ ମଧ୍ୟ କିଛି ସ୍ଥାନରେ ବର୍ଷା ହୋଇପାରେ ।
Comments ସମସ୍ତ ମତାମତ