Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ତାଜା ଖବର

ମୁଖ୍ୟ ଖବର

    ବର୍ଷା: ଆଜି ୧୯ ଜିଲ୍ଲାକୁ ସତର୍କତା ଜାରି

    Share on :
    ajab-Image
    Date: Sep 19, 2023    Views: 3271

    ଭୁବନେଶ୍ୱର : ତୁହାକୁ ତୁହା ଭିଜୁଛି ଓଡ଼ିଶା । ଘୂର୍ଣ୍ଣିବଳୟ ପ୍ରଭାବରେ ଜାରି ରହିଛି ବର୍ଷା । ଓଡିଶାର ଅଧିକାଂଶ ଜିଲ୍ଲାରେ ହାଲୁକାରୁ ମଧ୍ୟମଧରଣର ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆଜି ୧୯ ଜିଲ୍ଲାକୁ ସତର୍କତା ଜାରି କରାଯାଇଛି ।

    ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, ଅନୁଗୁଳ, ଢେଙ୍କାନାଳ, ବୌଦ୍ଧ, କନ୍ଧମାଳ, ରାୟଗଡା, କୋରାପୁଟ, ନବରଙ୍ଗପୁର ଏବଂ ମାଲକାନଗିରିରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ୟେଲୋ ଆଲର୍ଟ ଜାରି କରାଯାଇଛି । ସେହିଭଳି ୨୦ ତାରିଖରେ ୨୨ଟି ଜିଲ୍ଲା ଏବଂ ୨୧ ତାରିଖରେ ୧୨ଟି ଜିଲ୍ଲାକୁ ସତର୍କତା ଜାରି କରାଯାଇଛି । ଅନ୍ୟପଟେ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଓ୍ବେଲମାର୍କ ଲୋପ୍ରେସର ଦୁର୍ବଳ ହୋଇ ଲଘୁଚାପରେ ପରିଣତ ହେବା ସହ ଦକ୍ଷିଣ-ପୂର୍ବ ରାଜସ୍ଥାନ ଏବଂ ପଶ୍ଚିମ ମଧ୍ୟପ୍ରଦେଶ ଉପରେ ରହିଛି ।

    Maximum 500 characters

    ତାଜା ଖବର View all

    Find Us on Facebook