Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ତାଜା ଖବର

ମୁଖ୍ୟ ଖବର

    ଅତି ପ୍ରବଳ ବର୍ଷା , ୧୧ ଜିଲ୍ଲାକୁ ୟେଲୋ ଆଲର୍ଟ

    Share on :
    ajab-Image
    Date: Oct 3, 2023    Views: 3273

    ଭୁବନେଶ୍ବର: ଦୁର୍ବଳ ହେଲା ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ । ବର୍ତ୍ତମାନ ଲଘୁଚାପ ଦକ୍ଷିଣ ପଶ୍ଚିମ ଝାଡଖଣ୍ଡ ଏବଂ ଏହାର ପାର୍ଶ୍ବବର୍ତ୍ତୀ ଉତ୍ତର-ଛତିଶଗଡ ଅଞ୍ଚଳରେ ସକ୍ରିୟ ରହିଛି। ହେଲେ ବର୍ଷାର ପରିମାଣ କମିନି । ଲଘୁଚାପ ପ୍ରଭାବରେ ରାଜ୍ୟରେ ଆହୁରି ୩ଦିନ ବର୍ଷା ହେବ । ଅତି ପ୍ରବଳ ବର୍ଷା ପାଇଁ ୧୧ଜିଲ୍ଲାକୁ  ୟେଲୋ ଓ୍ବାର୍ଣ୍ଣିଂ ଜାରି ହୋଇଛି ।
    ଲାଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି । ଆହୁରି ତିନି ଦିନ ନିସ୍ତାର ନାହିଁ । ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବିଶେଷକରି ଦକ୍ଷିଣ ଆଭ୍ୟନ୍ତରୀଣ ଓ ଉତ୍ତର ଓଡ଼ିଶାରେ ଏହାର ପ୍ରଭାବରେ ବର୍ଷା ହେବ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି। ଆସନ୍ତା ୨୪ ଘଣ୍ଟାରେ ୭ ଜିଲ୍ଲା ଝାରସୁଗୁଡ଼ା, ବରଗଡ଼, ସୋନପୁର, ସମ୍ବଲପୁର, ସୋନପୁର, ଦେଓଗଡ଼ ଓ ଅନୁଗୁଳରେ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ଆଲର୍ଟ ଜାରି ହୋଇଛି । ଏହାସହ ୧୧ ଜିଲ୍ଲା ତଥା ବଲାଙ୍ଗୀର, ବୌଦ୍ଧ, କଟକ, ଢେ଼ଙ୍କାନାଳ, ଯାଜପୁର, କେନ୍ଦ୍ରାପଡା, ଭଦ୍ରକ, ବାଲେଶ୍ବର, ମୟୁରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ରେ ପ୍ରବଳ ବର୍ଷା ନେଇ ୟେଲୋ ଆଲର୍ଟ ଜାରି ହୋଇଛି। ଆସନ୍ତା ୪ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ । ଆଉ ୫ ତାରିଖରୁ କମିବ ବର୍ଷା।

    Maximum 500 characters

    ତାଜା ଖବର View all

    Find Us on Facebook