Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ତାଜା ଖବର

ମୁଖ୍ୟ ଖବର

    ବର୍ଷା-ବଜ୍ରପାତ ନେଇ ଅରେଞ୍ଜ ଓ ୟେଲୋ ୱାର୍ଣ୍ଣିଂ ଜାରି

    Share on :
    ajab-Image
    Date: Mar 22, 2025    Views: 3087

    ଭୁବନେଶ୍ବର: ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରପାତ ଓ ବର୍ଷା ସମ୍ଭାବନା ରହିଛି । ତେବେ ଏହାରି ମଧ୍ୟରେ ଆଗାମୀ ୩ ଘଣ୍ଟା ପାଇଁ ରାଜ୍ୟର ବିଭିନ୍ନ ଜିଲ୍ଲାକୁ ଅରେଞ୍ଜ ଓ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଅତିପ୍ରବଳ ବର୍ଷା ନେଇ ଅରେଞ୍ଜ ଆଲର୍ଟ ଜାରି କରାଯାଇଥିବା ଜିଲ୍ଲାଗୁଡିକ ହେଲା- କେନ୍ଦୁଝର, ମୟୁରଭଞ୍ଜ, ଢେଙ୍କାନାଳ, ଯାଜପୁର, ବାଲେଶ୍ବର ଓ କଟକ । ଏହି ଜିଲ୍ଲାମାନଙ୍କରେ ଘଣ୍ଟା ପ୍ରତି ୪୦ରୁ ୬୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି। ସେହିପରି କନ୍ଧମାଳ, କଳାହାଣ୍ଡି,  ସୋନପୁର, ବୌଦ୍ଧ, ବଲାଙ୍ଗୀର, ଝାରସୁଗୁଡ଼ା, ସୁନ୍ଦରଗଡ଼, ପୁରୀ, ମାଲକାନାଗିରି, ସମ୍ବଲପୁର ଓ ଦେବଗଡ ଆଦି ଜିଲ୍ଲାକୁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲାମାନଙ୍କରେ ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି। ବଜ୍ରପାତରୁ ରକ୍ଷା ପାଇବା ପାଇଁ ଲୋକଙ୍କୁ ଏହି ସମୟରେ ଘରୁ ନ ବାହାରିବା ସହ ବାହାରେଥିବା ଲୋକଙ୍କୁ ନିରାପଦ ସ୍ଥାନକୁ ଯିବାକୁ ପରାମର୍ଶ ଦିଆଯାଇଛି।

    Maximum 500 characters

    ତାଜା ଖବର View all

    Find Us on Facebook