Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ତାଜା ଖବର

ମୁଖ୍ୟ ଖବର

    ସୋମବାର ୭ ଜିଲ୍ଲାରେ ଝଡ଼ ବର୍ଷା ସମ୍ଭାବନା

    Share on :
    ajab-Image
    Date: Apr 14, 2025    Views: 3699

    ଭୁବନେଶ୍ୱର : କାଳବୈଶାଖୀ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେଉଛି। ସୋମବାର ୭ ଜିଲ୍ଲାରେ ଝଡ଼ ବର୍ଷା ସମ୍ଭାବନା ଅଛି। କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, ଯାଜପୁର, ବାଲେଶ୍ୱର ଓ ଭଦ୍ରକରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ୪୦ରୁ ୫୦ କିମି ବେଗରେ ପବନ ବି ବହିବ । ପାଣିପାଗ ବିଭାଗ ଏଭଳି ପୂର୍ବାନୁମାନ କରିଛି । 
    ସେହିପରି ବିଭିନ୍ନ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ସୋମବାର ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ଅନୁଗୁଳ, କଟକ, ଖୋର୍ଦ୍ଧା, ଜଗତସିଂହପୁର, କେନ୍ଦ୍ରାପଡ଼ା, ପୁରୀ, ନୟାଗଡ଼, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ଘଡ଼ଘଡ଼ି ଓ ବର୍ଷା ସହିତ ୩୦ରୁ ୪୦ କିମି ବେଗରେ ପବନ ବହିପାରେ । ୧୫ ତାରିଖରେ କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା, କୋରାପୁଟ, ମାଲକାନଗିରି, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତିରେ ଘଡ଼ଘଡ଼ି ସହ ବର୍ଷା ଆଶଙ୍କା ଅଛି । ୪୦ରୁ ୫୦କିମି ବେଗରେ ପବନ ବି ବହିବ । କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ୱରରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ସତର୍କ କରିଛି । ୧୬ରେ ଉପକୂଳ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର ଅଧିକାଂଶ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର ଓ ଭଦ୍ରକରେ ମଧ୍ୟ ପ୍ରବଳ ବର୍ଷା ସମ୍ଭାବନା ଅଛି । ୧୭ ତାରିଖରେ ବି କାଳବୈଶାଖୀ ପ୍ରଭାବରେ ଝଡ଼ ବର୍ଷା ହୋଇପାରେ ।୧୮ ଓ ୧୯ ତାରିଖରେ ଉପକୂଳ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ।

    Maximum 500 characters

    ତାଜା ଖବର View all

    Find Us on Facebook