Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ରାଜ୍ୟ ଖବର

ମୁଖ୍ୟ ଖବର

    ୬ ଦିନ ଯାଏଁ ଛେଚିବ!

    Share on :
    ajab-Image
    Date: Mar 23, 2026    Views: 2604

    ଭୁବନେଶ୍ୱର:  ଆଜି ଉପକୂଳ, ଉତ୍ତର ଓ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନେ ସ୍ଥାନେ ବର୍ଷା ସମ୍ଭାବନା ରହିଛି। ଆଜିଠାରୁ ୨୫ ତାରିଖ ଯାଏ ପାଣିପାଗ ବିଭାଗ ପକ୍ଷରୁ କୌଣସି ୱାର୍ଣ୍ଣିଂ ଜାରି କରାଯାଇନି। ହେଲେ ବାଲେଶ୍ବର, ମୟୂରଭଞ୍ଜ, କୋରାପୁଟ ଓ ମାଲକାନଗିରି ଜିଲ୍ଲାର କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। 

    ଆସନ୍ତା ୨୮ ତାରିଖ ଯାଏଁ ଉପକୂଳ, ଉତ୍ତର ଓ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ଆସନ୍ତା ୬ ଦିନ ଯାଏ ଝଡ଼ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ତେବେ ୨୬ରୁ ପୁଣି ବିଜୁଳି ଘଡ଼ଘଡ଼ି ସହ ବର୍ଷା ପବନ ନେଇ ଚେତାବନୀ ଜାରି ହୋଇଛି।

    ୨୭ ଓ ୨୮ ତାରିଖରେ ଉତ୍ତର ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ୩୦-୪୦ କିଲୋମିଟର ବେଗରେ ପବନ ବି ବହିବ ବୋଲି ପାଣିପାଗ ବିଭାଗ ଆକଳନ କରିଛି। ଆଗାମୀ ୪ ଦିନରେ ଦିନ ତାପମାତ୍ରା ୨ରୁ ୪ ଡିଗ୍ରୀ ଯାଏଁ ବୃଦ୍ଧି ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।

    Maximum 500 characters

    ରାଜ୍ୟ ଖବର View all

    Find Us on Facebook