ମୁଖ୍ୟ ଖବର
ଭୁବନେଶ୍ବର: ରାଜ୍ୟରେ ଆହୁରି ୬ ଦିନ ଯାଏ ବର୍ଷା ସମ୍ଭାବନା ଭିଜିବ ବାହୁଡା । ଦୁଇ ଦୁଇଟି ଟ୍ରପ ଲାଇନ ପ୍ରଭାବରେ ରାଜ୍ୟରେ ଵର୍ଷା ଥିବା ବେଳେ ଏଯାଏ ଲଘୁଚାପକୁ ନନେଇ କୌଣସି ସ୍ପଷ୍ଟ ପ୍ରତିକ୍ରିୟା ରଖିନାହିଁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ । ଟ୍ରପ ଲାଇନ୍ ପ୍ରଭାବରେ ଆଗାମୀ ୪୮ ଘଣ୍ଟା ପ୍ରବଳ ବର୍ଷା ସମ୍ଭାବନା ଥିବା ବେଳେ ଆସନ୍ତା ୨୪ ଘଂଟାରେ ନୂଆପଡ଼ା, ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା ଓ ସୁନ୍ଦରଗଡ଼- ଏହି ୫ ଜିଲ୍ଲାକୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ୱର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ନିର୍ଦ୍ଦେଶିକା ମନୋରମା ମହାନ୍ତି ସୂଚନା ପ୍ରଦାନ କରିଛନ୍ତି ।
ସେହିପରି ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବଲାଙ୍ଗିର, ସୋନପୁର, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ, ଦେବଗଡ଼, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର ଆଦି ଜିଲ୍ଲାରେ ପ୍ରବଳ ବର୍ଷାକୁ ନେଇ ୟେଲୋ ୱର୍ଣ୍ଣିଂ ଜାରି କରିଛି ବିଭାଗ । ସେହିପରି ଯାଜପୁର, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା ଓ ଭଦ୍ରକରେ ବିଜୁଳି ଘଡ଼ଘଡ଼ି ସହ ୩୦ ରୁ ୪୦ କିମି ଝଟକା ପବନ ବହିବାକୁ ନେଇ ୟେଲୋ ୱର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।ଆସନ୍ତାକାଲି କେନ୍ଦୁଝର, ମୟୂରଭଞ୍ଜ, ଝାରସୁଗୁଡ଼ା, ସମ୍ବଲପୁର ଓ ସୁନ୍ଦରଗଡ଼ ଏହି ୫ ଜିଲ୍ଲାରେ ପ୍ରବଳ ବର୍ଷା ସହ କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଭଦ୍ରକ, ଯାଜପୁର ଓ ବାଲେଶ୍ୱରରେ ବିଜୁଳି ଘଡ଼ଘଡ଼ି ସହ ୩୦ରୁ ୪୦ କିମି ଝଟକା ପବନ ବହିବାର ସମ୍ଭାବନାକୁ ନେଇ ୟେଲୋ ୱର୍ଣ୍ଣିଂ ଜାରି କରାଯାଇଛି । ଏହିପରି ୨୭ ତାରିଖ ପର୍ଯ୍ୟନ୍ତ ବିଜୁଳି ଘଡ଼ଘଡ଼ି ସହ ବର୍ଷା ପାଇଁ ଚେତାବନୀ ଦେଇଛି ପାଣିପାଗ ବିଭାଗ ।
Comments ସମସ୍ତ ମତାମତ