Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ରାଜ୍ୟ ଖବର

ମୁଖ୍ୟ ଖବର

    ୪୮ ଘଣ୍ଟାରେ ଲଘୁଚାପ, ଏହି ଦିନଠୁ କାଚିବ ବର୍ଷା

    Share on :
    ajab-Image
    Date: Oct 13, 2021    Views: 4138


    ଭୁବନେଶ୍ୱର: ଓଡ଼ିଶାରୁ ମୌସୁମୀ ପ୍ରତ୍ୟାବର୍ତ୍ତନ ଆରମ୍ଭ ହୋଇଯାଇଥିବା ବେଳେ କିଛି କିଛି ସ୍ଥାନରୁ ଫେରିଛି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ । ମୋଟ ଉପରେ ଓଡ଼ିଶାର ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, ସମ୍ବଲପୁର, ବରଗଡ଼, ବଲାଙ୍ଗୀର, ସୋନପୁର, ନୂଆପଡ଼ା, ବୌଦ୍ଧ, କଳାହାଣ୍ଡି ଓ ନବରଙ୍ଗପୁର ଜିଲ୍ଲାରୁ ମୌସୁମୀ ସମ୍ପୂର୍ଣ୍ଣ ଅପସରି ଯାଇଥିବା ବେଳେ ଅନୁଗୁଳ ଓ କନ୍ଧମାଳ ଜିଲ୍ଲାର ଅଧିକାଂଶ ସ୍ଥାନରୁ ଓ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଢେଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜର କିଛି କିଛି ସ୍ଥାନରୁ ଆଜି ମୌସୁମୀ ଫେରିଯାଇଛି । ଆଉ ୨୪ ଘଣ୍ଟା ମଧ୍ୟରେ ସମ୍ପୂର୍ଣ୍ଣ ଓଡ଼ିଶାରୁ ମୌସୁମୀ ବିଦାୟ ନେଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି । ସେହିପରି କେନ୍ଦ୍ର କହିଛି, ଉତ୍ତର ଆଣ୍ଡାମାନ ସାଗର ଓ ସଂଲଗ୍ନ ଅଞ୍ଚଳ ଉପରେ ରହିଥିବା ଘୂର୍ଣ୍ଣିବଳୟର ପ୍ରଭାବରେ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ପୂର୍ବ-କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ଆଣ୍ଡାମାନ ସାଗରରେ ଏକ ଲଘୁଚାପ ବଳୟ ସୃଷ୍ଟି ହେବ । ଏହା ଧୀରେଧୀରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରିବ ଓ ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ ଓଡ଼ିଶା-ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ରହିବ । ଏହାପ୍ରଭାବରେ ୧୫ ତାରିଖରୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଆରମ୍ଭ ହୋଇଯିବ । ୧୬ ତାରିଖ ଦିନ ବର୍ଷାର ପରିମାଣ ବଢ଼ିବ । ଏଣୁ କେନ୍ଦ୍ର ପକ୍ଷରୁ ୧୫ ଓ ୧୬ ତାରିଖ ଦିନ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନାକୁ ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

    Maximum 500 characters

    ରାଜ୍ୟ ଖବର View all

    Find Us on Facebook