Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ରାଜ୍ୟ ଖବର

ମୁଖ୍ୟ ଖବର

    ଦଶମୀରୁ କାଚିବ ପ୍ରବଳ ବର୍ଷା

    Share on :
    ajab-Image
    Date: Oct 13, 2021    Views: 3590

    ଭୁବନେଶ୍ୱର: ଆସନ୍ତା ୪୮ ଘଣ୍ଟା ମଧ୍ୟରେ କେନ୍ଦ୍ରୀୟ ପୂର୍ବ ବଙ୍ଗୋପସାଗର ଓ ଉତ୍ତର ଆଣ୍ଡାମାନ ସାଗର ସଂଲଗ୍ନ ଅଞ୍ଚଳରେ ଲଘୁଚାପ ଅଞ୍ଚଳ ସୃଷ୍ଟି ହେବ । ଏହାର ପ୍ରଭାବରେ ଆସନ୍ତା ୧୫ ତାରିଖରୁ ରାଜ୍ୟରେ ପ୍ରବଳ ବର୍ଷା ହେବ । ଆସନ୍ତା ଶୁକ୍ରବାର ବା ଦଶମୀରୁ ଉପକୂଳ ଓଡ଼ିଶାରେ ଭାରୀ ବର୍ଷା ହେବ । ୧୬ ଓ ୧୭ ତାରିଖରେ ବି ରାଜ୍ୟରେ ପ୍ରବଳ ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଆଜିଠାରୁ ରାଜ୍ୟର କିଛି ସ୍ଥାନରେ କାଁ ଭାଁ ବର୍ଷା ଆରମ୍ଭ ହୋଇଯିବ । ୧୩ ତାରିଖରୁ ଉତ୍ତର ଓ ଦକ୍ଷିଣ ଉପକୂଳ ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ହୋଇପାରେ । ୧୪ରେ ଢେ଼ଙ୍କାନାଳ, କନ୍ଧମାଳ, ରାୟଗଡ଼ା, କିଛି ସ୍ଥାନରେ ଅଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ । ୧୫ ତାରିଖ ଉପକୂଳ ଓଡ଼ିଶା ସମେତ କୋରାପୁଟ, କଳାହାଣ୍ଡି, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼,  ଗଞ୍ଜାମ, ଗଜପତି, କୋରାପୁଟ ଓ ଢେ଼ଙ୍କାନାଳରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ ।

    Maximum 500 characters

    ରାଜ୍ୟ ଖବର View all

    Find Us on Facebook