Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ରାଜନୀତି

ମୁଖ୍ୟ ଖବର

    ଦିଲ୍ଲୀପ ରାୟ ରାଜ୍ୟସଭା ସ୍ବାଧୀନ ପ୍ରାର୍ଥୀ , ସମର୍ଥନ କରିବ ବିଜେପି

    Share on :
    ajab-Image
    Date: Mar 3, 2026    Views: 2766

    ଭୁବନେଶ୍ୱର: ବରିଷ୍ଠ ରାଜନେତା ଦିଲ୍ଲୀପ ରାୟ ହେବେ  ରାଜ୍ୟସଭା ପ୍ରାର୍ଥୀ।  ସ୍ବାଧୀନ ପ୍ରାର୍ଥୀ ଭାବେ ରାଜ୍ୟସଭା ନିର୍ବାଚନ ଲଢିବେ। ଆସନ୍ତା ୫ତାରିଖରେ ସ୍ୱାଧୀନ ପ୍ରାର୍ଥୀ ଭାବେ ନାମାଙ୍କନ ଦାଖଲ  କରିବେ ବୋଲି ଜଣାପଡିଛି ।  ତେବେ ଦିଲ୍ଲୀପଙ୍କ ସ୍ବାଧୀନ ପ୍ରାର୍ଥୀତ୍ବକୁ ସମର୍ଥନ କରିବ ବିଜେପି। ଏ ନେଇ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ କହିଛନ୍ତି। ଦିଲ୍ଲୀପ ରାୟ ନିଶ୍ଚୟ ଜିତିବେ ବୋଲି ମନମୋହନ କହିଛନ୍ତି।

    ଏହାପୂର୍ବରୁ ବିଜୁ ଜନତା ଦଳ ସଂତୃପ୍ତ ମିଶ୍ର ଏବଂ ଡ. ଦତ୍ତେଶ୍ୱର ହୋତାଙ୍କୁ ପ୍ରାର୍ଥୀ ଭାବେ ଘୋଷଣା କରିସାରିଛି । ୪ର୍ଥ ପ୍ରାର୍ଥୀ ଭାବେ ଦତ୍ତେଶ୍ବରଙ୍କୁ ବିଜେଡି ପ୍ରାର୍ଥୀ କରିଛି। ଡ. ଦତ୍ତେଶ୍ୱର ହୋତାଙ୍କୁ କଂଗ୍ରେସ ପକ୍ଷରୁ ସମର୍ଥନ ଦିଆଯାଇଛି । ଫଳରେ ୪ର୍ଥ ଆସନ ପାଇଁ ଡ.ଦତ୍ତେଶ୍ବର ହୋତା ଓ ଦିଲ୍ଲୀପ ରାୟଙ୍କ ମଧ୍ୟରେ ଟକ୍କର ହେବ।

    ୨୦୦୨ରେ ଦିଲ୍ଲୀପ ରାୟ ସ୍ୱାଧୀନ ପ୍ରାର୍ଥୀ ଭାବେ ରାଜ୍ୟସଭାକୁ ନିର୍ବାଚିତ ହୋଇଥିଲେ । ସେତେବେଳେ ବିଜେଡିର ବିରୋଧ ସତ୍ତ୍ୱେ କ୍ରସ ଭୋଟିଂରେ ବାଜି ମାରିଥିଲେ ଦିଲ୍ଲୀପ । ତେଣୁ ଦିଲ୍ଲୀପ ରାୟଙ୍କ ଏଣ୍ଟ୍ରି ରାଜ୍ୟସଭା ଭୋଟ ଗଣିତ ବଡ଼ ରୋଚକ କରିବ ବୋଲି ଆଲୋଚନା ହେଉଛି। ଦିଲ୍ଲୀପ ୩ ଥର ବିଧାୟକ ଓ ୨ ଥର ରାଜ୍ୟସଭା ସାଂସଦ ହେବା ସହ ମନ୍ତ୍ରୀ ମଧ୍ୟ  ହୋଇଛନ୍ତି।  

    Maximum 500 characters

    ରାଜନୀତି View all

    Find Us on Facebook