Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ବିଶେଷ

ମୁଖ୍ୟ ଖବର

    ରାମ ନବମୀ : କେହି ଦେଖନ୍ତି ନାହିଁ ଶ୍ରୀମନ୍ଦିରର ଗୁପ୍ତନୀତି

    Share on :
    ajab-Image
    Date: Mar 15, 2023    Views: 3166

    ପୁରୀ: ଚୈତ୍ରମାସ ଶୁକ୍ଳ ପକ୍ଷ ନବମୀ ତିଥିରେ ପାଳନ କରାଯାଏ ପବିତ୍ର ରାମ ନବମୀ । ଏହି ଦିନର ମହତ୍ତ୍ୱ ହେଉଛି କି ଏହି ଦିନରେ ପ୍ରଭୁ ଶ୍ରୀରାମଙ୍କ ଜନ୍ମଦିବସ ପାଳନ କରାଯାଏ । ପବିତ୍ର ଶ୍ରୀ ରାମ ନବମୀ ତିଥିରେ ଶ୍ରୀମନ୍ଦିରରେ ଶ୍ରୀରାମଙ୍କର ଜନ୍ମନୀତି ଅନୁଷ୍ଠିତ ହୋଇଥାଏ । ସ୍ୱୟଂ ପ୍ରଭୁ ଶ୍ରୀଜଗନ୍ନାଥ ମାତା ରୂପରେ ବିଳମ୍ବିତ ରାତ୍ରରେ ଶ୍ରୀରାମଙ୍କୁ ଜନ୍ମଦେବେ, ତେଣୁ ପ୍ରସବ ବେଦନାକୁ ଲାଘବ କରିବା ନିମନ୍ତେ ଅଷ୍ଟମୀ ଦିନ ସନ୍ଧ୍ୟାଧୂପ ପରେ ମହାପ୍ରଭୁଙ୍କୁ ଯେଉଡ଼ ଭୋଗ କରାଯିବା ସଙ୍ଗେ ସଙ୍ଗେ ଗର୍ଭଉଦକ ଦିଆଯାଏ ।

    ନବମୀ ଦିନ ଠାକୁର ମାନଙ୍କର ମଧ୍ୟାହ୍ନ ଧୂପ ନୀତି ଶେଷ ହେବା ପରେ ଜନ୍ମନୀତି ଅନୁଷ୍ଠିତ ହୋଇଥାଏ । ୨ଜଣ ମହାଜନ ସେବକ ଦଶରଥ ଓ କୌଶଲ୍ୟା ହୋଇ ଜନ୍ମବିଧି ପାଳନ କରିଥାନ୍ତି । ଏହି ଗୁପ୍ତନୀତିକୁ କେହି ଯେପରି ଦେଖି ନପାରିବେ ସେଥିଲାଗି ଗର୍ଭଗୃହରେ ଥିବା ଜୟବିଜୟ ଦ୍ୱାରକୁ ବନ୍ଦକରାଯାଇଥାଏ । ଶ୍ରୀରାମ ଜନ୍ମହେବା ପରେ କର୍ପୁର ଆଳତି ବନ୍ଦାପନା ହୋଇ ମହାସୁଆର ଗଣ୍ଡୁସ ମସଲା, କ୍ଷୀର ମଣୋହୀ କରାଯାଏ । ଏହାପରେ ପଣ୍ଡା ଶୀତଳଭୋଗ କରାଇବା ସହ ମହାସୁଆର ଜୟବିଜୟ ଦ୍ୱାରଠାରେ ଚରୁଭାତ ମଣୋହୀ କରାଇଥାନ୍ତି । 

    Maximum 500 characters

    ବିଶେଷ View all

    Find Us on Facebook