Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ରାଜ୍ୟ ଖବର

ମୁଖ୍ୟ ଖବର

    ସୋମବାରଠୁ ଭିତର ରତ୍ନଭଣ୍ଡାର ଗଣତି ମଣତି

    Share on :
    ajab-Image
    Date: Apr 11, 2026    Views: 2720

    ପୁରୀ: ଆଜି ସରିବ ବାହାର ରତ୍ନ ଭଣ୍ଡାର ଗଣତି ମଣତି। ଗତକାଲି ତୃତୀୟ ଦିନରେ ବାହାର ରତ୍ନଭଣ୍ଡାର ଅଳଙ୍କାରର ପ୍ରାୟ ୯୦% ଅଳଙ୍କାରର ଗଣତି ମଣତି ସରିଛି। ସମସ୍ତ ଅଳଙ୍କାରର ଥ୍ରୀଡୀ ମ୍ୟାପିଂ ସହ ଭିଡିଓଗ୍ରାଫି ଓ ଫଟୋଗ୍ରାଫି ହୋଇଛି। ଆସନ୍ତା ୧୩ ତାରିଖ ଅର୍ଥାତ୍ ସୋମବାରଠାରୁ ଭିତର ରତ୍ନଭଣ୍ଡାର ଗଣତି ମଣତି ଆରମ୍ଭ ହେବ। 
    ଏନେଇ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀଙ୍କ ସୂଚନା ଦେଇଛନ୍ତି। ୧୪ ତାରିଖ ମହାବିଷୁବ ସଂକ୍ରାନ୍ତିରେ ପାଇଁ ବନ୍ଦ ରହିବ ଗଣତି ମଣତି। ପୁଣି ୧୬ରୁ ୧୮ ଯାଏଁ ଗଣତି ମଣତି ହେବ ବୋଲି ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ।

    Maximum 500 characters

    ରାଜ୍ୟ ଖବର View all

    Find Us on Facebook