Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ରାଜ୍ୟ ଖବର

ମୁଖ୍ୟ ଖବର

    'ରେଡ୍ ଫ୍ଲାଗ୍’ ଅନ୍ତର୍ଭୁକ୍ତ ହେବ ରାୟଗଡ଼ା ଭିଡ ହିଂସା

    Share on :
    ajab-Image
    Date: Jun 21, 2026    Views: 3105

    ରାୟଗଡ଼ା: 'ରେଡ୍ ଫ୍ଲାଗ୍’ ଅନ୍ତର୍ଭୁକ୍ତ ହେବ ରାୟଗଡ଼ା ଭିଡ ହିଂସା। ଏନେଇ ରାଜ୍ୟ ପୋଲିସ ମୁଖ୍ୟାଳୟକୁ ଅନୁରୋଧ କରାଯାଇଥିବା ସୂଚନା ଦେଇଛନ୍ତି ରାୟଗଡ଼ା ଏସପି ରାଜ ପ୍ରସାଦ। ଘଟଣାରେ ବର୍ତ୍ତମାନ ସୁଦ୍ଧା ୨୦ ଜଣଙ୍କୁ ଗିରଫ କରାଯାଇଛି। ବାକି ଅଭିଯୁକ୍ତଙ୍କୁ ଧରିବା ପାଇଁ ସ୍ୱତନ୍ତ୍ର ଟିମ୍ ଗଠନ ହୋଇଛି। ୩ ଟି ମାମଲା ରୁଜୁ କରାଯାଇ ତଦନ୍ତ ଚାଲିଛି। ତଦନ୍ତରେ କ୍ରାଇମବ୍ରାଞ୍ଚ ମଧ୍ୟ ଜିଲ୍ଲା ପୋଲିସକୁ ସହଯୋଗ କରୁଛି। 

    ଘଟଣାର ଭିଡିଓ ଭାଇରାଲ କରିଥିବା ବ୍ୟକ୍ତିଙ୍କୁ ଚିହ୍ନଟ ପାଇଁ ଉଦ୍ୟମ ଚାଲିଛି। ଘଟଣାର ଭିଡିଓ ଉତ୍ତୋଳନ ଓ ସୋସିଆଲ ମିଡିଆରେ ଭାଇରାଲ କରିଥିବା ବ୍ୟକ୍ତିଙ୍କ ବିରୋଧରେ ମଧ୍ୟ ଆଇଟି ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ହେବ ବୋଲି ଏସପି କହିଛନ୍ତି। ଏପଟେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ କହିଛନ୍ତି ଆଇନକୁ କେହି ହତାକୁ ନେବା ଉଚିତ୍ ନୁହଁ। ଏହାକୁ ଦୃଢ ହସ୍ତରେ ଦମନ କରାଯିବ।

    Maximum 500 characters

    ରାଜ୍ୟ ଖବର View all

    Find Us on Facebook