Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ରାଜ୍ୟ ଖବର

ମୁଖ୍ୟ ଖବର

    ଭୁବନେଶ୍ୱରରୁ ପାରାଦୀପକୁ ସଂଯୋଗ ହେବ ଗ୍ରୀନ ଫିଲଡ଼ ରାସ୍ତା

    Share on :
    ajab-Image
    Date: Dec 10, 2025    Views: 2863

    ଭୁବନେଶ୍ୱର : କେନ୍ଦ୍ର ସରକାର ଓଡ଼ିଶାରେ ୪୪,୭୭୧ କୋଟି ଟଙ୍କାର ରାସ୍ତା ପ୍ରକଳ୍ପକୁ ଅନୁମୋଦନ କରିଛନ୍ତି। ସେଥିରେ ଜାତୀୟ ରାଜପଥ ପ୍ରକଳ୍ପ ପାଇଁ ୩୦ ହଜାର କୋଟି ଓ ରାଜ୍ୟ ରାଜପଥ ପ୍ରକଳ୍ପ ପାଇଁ ୧୩ ହଜାର କୋଟି ଟଙ୍କା ମଞ୍ଜୁର ହୋଇଛି।  ସେହିପରି ଭୁବନେଶ୍ୱରରୁ ପାରାଦୀପକୁ ସଂଯୋଗ ହେବ ନୂତନ ଗ୍ରୀନ ଫିଲଡ଼ ରାସ୍ତା। ରାଜ୍ୟରେ ଥିବା ଜାତୀୟ ରାଜପଥ ଏବଂ ରାଜ୍ୟ ରାଜପଥର ଉନ୍ନତିକରଣ ଏବଂ ପ୍ରସ୍ତାବିତ ନୂତନ ପ୍ରକଳ୍ପକୁ ସଡ଼କ ପରିବହନ ଓ ରାଜମାର୍ଗ ମନ୍ତ୍ରଣାଳୟ ପକ୍ଷରୁ ଏହି ଅନୁମୋଦନ ମିଳିଛି । ପୂର୍ତ୍ତ, ଆଇନ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ କେନ୍ଦ୍ର ସଡ଼କ ଓ ପରିବହନ ମନ୍ତ୍ରୀ ନିତିନ ଗଡ଼କରିଙ୍କ ସହ ନୂଆଦିଲ୍ଲୀରେ ସାକ୍ଷାତ କରି ରାଜ୍ୟରେ ଥିବା ବିଭିନ୍ନ ରାସ୍ତା ପ୍ରକଳ୍ପ ବିଷୟରେ ଆଲୋଚନା କରିଛନ୍ତି ଓ

    ଏ ନେଇ ମନ୍ତ୍ରୀ ଶ୍ରୀ ହରିଚନ୍ଦନ କହିଛନ୍ତି ଯେ ୨୦୨୫-୨୬ ଆର୍ଥିକ ବର୍ଷ ପାଇଁ ରାଜ୍ୟରେ ୫ଟି ଜାତୀୟ ରାଜପଥ ପ୍ରକଳ୍ପ, ୫ଟି ରାଜ୍ୟ ରାଜପଥ ଓ ସିଆର୍ଆଇଏଫ୍ ପ୍ରକଳ୍ପ ପାଇଁ ମୋଟ ୪୪,୭୭୧ କୋଟି ଟଙ୍କାର ଅନୁମୋଦନ ମିଳିଛି । ଏଥିରେ ଭୁବନେଶ୍ୱର-ପୁରୀ ରାସ୍ତାକୁ ୮ ଲେନ୍ କରିବା, ୧୪୦ କିଲୋମିଟର ଦୀର୍ଘ ଟାଙ୍ଗୀ-ପୁଇଁତୋଳା-ଇଚ୍ଛାପୁରମ୍ ରାସ୍ତାକୁ ୬ ଲେନ୍ ବିଶିଷ୍ଟ କରିବା ପାଇଁ ଅନୁମୋଦନ ମିଳିଛି । ସେହିପରି ୪୦୦ କିଲୋମିଟର ଦୀର୍ଘ ରାଉରକେଲା-ବଡବିଲ୍-ପାରାଦୀପ ଭାୟା ଡୁବୁରି ରାସ୍ତାକୁ ୮ ଲେନ କରିବା ପାଇଁ ଏବଂ ଏନ୍ଏଚ୍-୧୪୯ ଅଧିନରେ ଥିବା ୬୮ କିଲୋମିଟର ଦୀର୍ଘ ପାଲଲହଡ଼ା-ପିଟିରି ରାସ୍ତାକୁ ୪ ଲେନ୍ କରିବା ପାଇଁ କେନ୍ଦ୍ର ସରକାରଙ୍କ ଅନୁମୋଦନ ମିଳିଛି ।
    ଅନ୍ୟପକ୍ଷରେ ୨୦୨୫ ନଭେମ୍ବର ୭ରୁ ୧୦ ତାରିଖ ପର୍ୟ୍ୟନ୍ତ ଭୁବନେଶ୍ୱରରେ ଅନୁଷ୍ଠିତ ଇଣ୍ଡିଆନ୍ ରୋଡ୍ କଂଗ୍ରେସ ଅବସରରେ ସଡ଼କ ପରିବହନ ଓ ଜାତୀୟ ରାଜମାର୍ଗ ମନ୍ତ୍ରାଳୟର ମନ୍ତ୍ରୀଙ୍କ ପ୍ରତିଶ୍ରୁତି ମୁତାବକ ୧୫୦୦ କୋଟି ଟଙ୍କା ସିଆର୍ଆଇଏଫ୍ ଯୋଜନା ଅଧିନରେ ଅନୁମୋଦନ ମିଳିଛି । ସେହିପରି ୫ଟି ରାଜ୍ୟ ରାଜପଥ ପ୍ରକଳ୍ପର ଉନ୍ନତିକରଣ ଓ ପ୍ରଶସ୍ତିକରଣ ପାଇଁ୧୩,୧୪୧ କୋଟି ଟଙ୍କାର ଅନୁମୋଦନ ମିଳିଛି । ଏଥିରେ ବରପାଲି-ବଲାଙ୍ଗିର ରାସ୍ତା ଓ କେସିଙ୍ଗା - ଭବାନୀପାଟଣା - ଜୁନାଗଡ଼ ରାସ୍ତାକୁ ୪ ଲେନ୍ କରିବା, ୪ ଲେନ୍ବିଶିଷ୍ଟ ବଲାଙ୍ଗିର-ନୟାଗଡ଼ ରାସ୍ତା, ହିଞ୍ଜିଳିକାଟୁ ବାଇପାସ ରାସ୍ତା ସହ ବ୍ରହ୍ମପୁରରୁ କାଳୁଷଣ୍ଢପୁର ରାସ୍ତାକୁ ୪ ଲେନ୍ କରିବା ଏବଂ ମୋହନାରୁ ପାରଳାଖେମୁଣ୍ଡି ରାସ୍ତାର ଉନ୍ନତିକରଣ ସହ ଏନ୍ଏଚ୍-୨୬ର ପ୍ରଶସ୍ତିକରଣକୁ ଅନୁମୋଦନ ମିଳିଛି।

    ଅନ୍ୟ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ ଭୁବନେଶ୍ୱରରୁ ପାରାଦୀପ ସିଧାସଳଖ ନୂଆ ଗ୍ରୀନ ଫିଲଡ଼ ରାସ୍ତା ନିର୍ମାଣ ନେଇ ଆଲୋଚନା ହୋଇଛି ଓ ଆଗାମୀ ଦିନରେ ପାରାଦ୍ୱୀପ ସହର ପରିସର ଯଥେଷ୍ଟ ବୃଦ୍ଧି ପାଇବାକୁ ଥିବାବେଳେ ପ୍ରମୁଖ ବନ୍ଦର ସହରକୁ ରାଜଧାନୀ ଭୁବନେଶ୍ୱର ସହ ଯୋଡିବା ପାଇଁ ଏହି ଗ୍ରୀନଫିଲଡ ରାସ୍ତା ବେଶ ସହାୟକ ହୋଇପାରିବ ବୋଲି ମନ୍ତ୍ରୀ ହରିଚନ୍ଦନ ସୂଚନା ଦେଇଛନ୍ତି । ବୈଠକରେ ପୂର୍ତ୍ତ ବିଭାଗ ପ୍ରମୁଖ ଶାସନ ସଚିବ ସଞ୍ଜୟ କୁମାର ସିଂହ, ଇଆଇସି ତଥା ସ୍ୱତନ୍ତ୍ର ଶାସନ ସଚିବ ଏଲ. କେ ପାଢ଼ୀ, ସଡ଼କ ପରିବହନ ଓ ରାଜମାର୍ଗ ମନ୍ତ୍ରଣାଳୟ ଏ.ଡି.ଜି. ଅତୁଲ କୁମାର ଏବଂ ଜାତୀୟ ରାଜପଥ ପ୍ରାଧିକରଣ ସଦସ୍ୟ ବିପନେଶ ଶର୍ମା ପ୍ରମୁଖ ଉପସ୍ଥିତ ଥିଲେ ଓ

    Maximum 500 characters

    ରାଜ୍ୟ ଖବର View all

    Find Us on Facebook