ମୁଖ୍ୟ ଖବର
ଭୁବନେଶ୍ବର: ନୂଆଦିଲ୍ଲୀ ଗସ୍ତ ଅବସରରେ କେନ୍ଦ୍ର ଗୃହ ତଥା ସମବାୟ ମନ୍ତ୍ରୀ ଅମିତ ଶାହଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହି ଅବସରରେ ରାଜ୍ୟରେ ସାମ୍ପ୍ରତିକ ବାତ୍ୟା ପରବର୍ତ୍ତୀ ସ୍ଥିତି, ରିଲିଫ୍ ତଥା ପୁନରୁଦ୍ଧାର କାର୍ଯ୍ୟ ଏବଂ ଆଗାମୀ ଦିନରେ ପ୍ରାକୃତିକ ବିପର୍ଯ୍ୟୟର ସ୍ଥାୟୀ ମୁକାବିଲା ନିମନ୍ତେ ଭିତ୍ତିଭୂମି ସୁଦୃଢ଼ୀକରଣ ସମ୍ପର୍କରେ ବିସ୍ତୃତ ଆଲୋଚନା କରିଛନ୍ତି । ବିପର୍ଯ୍ୟୟ ପରିଚାଳନା କ୍ଷେତ୍ରରେ କେନ୍ଦ୍ର ସରକାରଙ୍କ ତ୍ୱରିତ ସହାୟତା ତଥା ନିରନ୍ତର ସହଯୋଗ ପାଇଁ ତାଙ୍କୁ କୃତଜ୍ଞତା ଜଣାଇଥିବା ନିଜ ସୋସିଆଲ ମିଡ଼ିଆ ଆକାଉଣ୍ଟରେ ଲେଖିଛନ୍ତି ମୁଖ୍ୟମନ୍ତ୍ରୀ ।
Comments ସମସ୍ତ ମତାମତ