Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ରାଜନୀତି

ମୁଖ୍ୟ ଖବର

    ସଭାପତି ଭାବେ ଦାୟିତ୍ବ ନେଲେ ଶରତ ପଟ୍ଟନାୟକ

    Share on :
    ajab-Image
    Date: Jun 11, 2022    Views: 4443

    ଭୁବନେଶ୍ବର: ନବନିଯୁକ୍ତ ପିସିସି ସଭାପତି ଶରତ ପଟ୍ଟନାୟକ କଂଗ୍ରେସ ଭବନରେ ଶୁକ୍ରବାର ଆନୁଷ୍ଠାନିକ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ପ୍ରଥମଥର ପାଇଁ ସେ ବିଦାୟୀ ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ଠାରୁ  ଦାୟିତ୍ବ ଗ୍ରହଣ କରିଛନ୍ତି । ଦାୟିତ୍ୱ ଗ୍ରହଣ କରିବା ପରେ ଶରତ ପଟ୍ଟନାୟକ ହୋଇଛନ୍ତି ଓଡିଶା ପ୍ରଦେଶ କଂଗ୍ରେସ କମିଟିର ୩୬ତମ ସଭାପତି ।
     ଦାୟିତ୍ବ ଗ୍ରହଣ କରିବା ପୂର୍ବରୁ ଶରତ ପଟ୍ଟନାୟକ ବିଜୁ ପଟ୍ଟନାୟକ ବିମାନ ବନ୍ଦରରୁ ଏକ ବିଶାଳ ଶୋଭାଯାତ୍ରାରେ ଆସି କଂଗ୍ରେସ ଭବନରେ ପହଞ୍ଚିଥିଲେ । କଂଗ୍ରେସ ଭବନରେ ଦାୟିତ୍ବ ଗ୍ରହଣ କରିବା ପରେ ଶରତ ଦଳୀୟ ନେତା କର୍ମୀଙ୍କୁ ସମ୍ବୋଧିତ କରି ରାଜ୍ୟ ଓ କଂଗ୍ରେସ ସରକାରଙ୍କ ବିରୋଧରେ ଯୁଦ୍ଧ ଦେହିଂ ଡାକରା ଦେଇଛନ୍ତି । ଭବିଷ୍ୟତ କାର୍ୟ୍ୟପନ୍ଥା ସମ୍ପର୍କରେ ସୂଚନା ଦେଇ ଶରତ କହିଛନ୍ତି ଆଗକୁ ସାରା ରାଜ୍ୟରେ ପଦଯାତ୍ରା ଅନୁଷ୍ଠିତ ହେବ । କଂଗ୍ରେସକୁ ଅଧିକ କ୍ରିୟାଶୀଳ କରାଯିବ । ୨୦୨୪ ସାଧାରଣ ନିର୍ବାଚନରେ କଂଗ୍ରେସ କ୍ଷମତାକୁ ଫେରିବା ନେଇ ପ୍ରୟାସ ଜାରି ରହିବ ବୋଲି କହିଛନ୍ତି ।

    Maximum 500 characters

    ରାଜନୀତି View all

    Find Us on Facebook