Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ରାଜ୍ୟ ଖବର

ମୁଖ୍ୟ ଖବର

    ୨୭ରେ ୪ ଘଣ୍ଟା ବନ୍ଦ ରହିବ ଶ୍ରୀଜୀଉଙ୍କ ଦର୍ଶନ, କାହିଁକି ଜାଣନ୍ତୁ

    Share on :
    ajab-Image
    Date: Oct 26, 2021    Views: 3567

    ପୁରୀ: କାର୍ତ୍ତିକମାସ କୃଷ୍ଣପକ୍ଷ ଷଷ୍ଠୀ ତିଥିରେ ଆଗାମୀ ୨୭ ତାରିଖ ବୁଧବାର ଦିନ ଶ୍ରୀମନ୍ଦିର ରତ୍ନ ସିଂହାସନ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ବନକଲାଗି କରାଯିବ । ଏଥିପାଇଁ ଦ୍ୱିତୀୟ ଭୋଗ ମଣ୍ଡପ ନୀତି ପରେ ଅପରାହ୍ନରେ ପ୍ରାୟ ୩ ରୁ ୪ ଘଣ୍ଟା ଶ୍ରୀଜୀଉଙ୍କ ଦର୍ଶନ ବନ୍ଦ ରହିବ । ମନ୍ଦିର ପ୍ରଶାସନ ପକ୍ଷରୁ ଏ ସମ୍ପର୍କରେ ସୂଚନା ଦିଆଯାଇଛି । ଦ୍ୱିତୀୟ ଭୋଗମଣ୍ଡପ ନୀତି ଶେଷ ହେବା ପରେ ଜୟବିଜୟ ଦ୍ୱାର ବନ୍ଦ କରାଯିବ ।

    ବିଭିନ୍ନ ପ୍ରାକୃତିକ ରଙ୍ଗ ସହ ଦତ୍ତମହାପାତ୍ର ସେବାୟତ ଭିତରେ ପ୍ରବେଶ କରିବେ । ରତ୍ନ ସିଂହାସନ ଉପରକୁ ଯାଇ ଦାରୁବ୍ରହ୍ମଙ୍କୁ ସେମାନେ ବନକଲାଗି (ଶ୍ରୀମୁଖସିଂହାର) କରିବେ । ବନକଲାଗି ପରେ ଶ୍ରୀଜୀଉଙ୍କୁ ମହାସ୍ନାନ କରାଯିବ । ଦ୍ୱାରଫିଟା ଯିବା ସହ ସନ୍ଧ୍ୟା ଆଳତି, ସନ୍ଧ୍ୟାଧୂପ, ଚନ୍ଦନଲାଗି, ବଡ଼ ସିଂହାର ବେଶ, ବଡ଼ସିଂହାର ଭୋଗ ଏବଂ ରାତ୍ରପହୁଡ଼ କରାଯିବ । ବନକଲାଗି ପରେ ଶ୍ରଦ୍ଧାଳୁ ଭକ୍ତମାନେ ଶ୍ରୀଜୀଉଙ୍କୁ ଦର୍ଶନ କରିପାରିବେ ।

    Maximum 500 characters

    ରାଜ୍ୟ ଖବର View all

    Find Us on Facebook