Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ରାଜ୍ୟ ଖବର

ମୁଖ୍ୟ ଖବର

    ନିଜର ଉତ୍କର୍ଷ ପୁଣି ବଜାୟ ରଖିଲା ସୋଆ, ନାକ୍ ରୁ ସର୍ବୋଚ୍ଚ ଏ++ ଗ୍ରେଡ୍ ହାସଲ

    Share on :
    ajab-Image
    Date: Jun 22, 2022    Views: 4233

    ଭୁବନେଶ୍ୱର :  ଉଚ୍ଚଶିକ୍ଷା କ୍ଷେତ୍ରରେ ନିଜର ଉତ୍କର୍ଷ ବଜାୟ ରଖି ଶିକ୍ଷା ଓ ଅନୁସନ୍ଧାନ (ସୋଆ) ନ୍ୟାସ୍ନାଲ୍ ଆସେସ୍ମେଂଟ ଆଣ୍ଡ ଆକ୍ରେଡିଟେସନ୍ କାଉନ୍ସିଲ୍ (ନାକ୍)ର ତୃତୀୟ ପର୍ଯ୍ୟାୟ ମୂଲ୍ୟ ନିର୍ଦ୍ଧାରଣ ପ୍ରକି୍ରୟାରେ ସର୍ବୋଚ୍ଚ ଏ++ ଗ୍ରେଡ୍ ହାସଲ କରିଛି । ମୋଟ ୪.୦୦ ସ୍କୋର୍ରୁ ସର୍ବାଧିକ ୩.୮୮ କୁ୍ୟମୁଲେଟିଭ୍ ଗ୍ରେଡ ପଏଂଟ ଆଭରେଜ (ସିଜିପିଏ) ହାସଲ କରି ଏହି କୃତିତ୍ୱ ହାସଲ କରିଛି ସୋଆ । ମେ ୧୦, ୨୦୨୨ରୁ  ଆଗାମୀ ୭ ବର୍ଷ ପର୍ଯ୍ୟନ୍ତ ନାକ୍ର ଏହି ସ୍ୱୀକୃତି ବଳବତର ରହିବ । 

    ପାଠ୍ୟକ୍ରମର ଦିଗ, ଶିକ୍ଷା ପ୍ରଦାନ ଓ ଶିକ୍ଷା ଗ୍ରହଣ ଏବଂ ମୂଲ୍ୟାୟନ, ଗବେଷଣା, ନବୀକରଣ ଓ ବିସ୍ତାର, ଭିତିଭୂମୀ ଓ ଶିକ୍ଷା ଗ୍ରହଣ ସଂଶାଧନ, ଛାତ୍ରଙ୍କ ସହଯୋଗ ଏବଂ ପ୍ରଗତି, ପ୍ରଶାସନ, ନେତୃତ୍ୱ ଏବଂ ପରିଚାଳନା, ଶୈକ୍ଷିକ ମୂଲ୍ୟବୋଧ ଏବଂ ସର୍ବୋତମ ଅଭ୍ୟାସ ଭଳି ସାତଟି ମାନଦଣ୍ଡକୁ ନେଇ ମୂଲ୍ୟାଙ୍କନ କରାଯାଇଥିଲା । 
    ଗତ ମେ ୪ ତାରିଖରୁ ୬ ତାରିଖ ପର୍ଯ୍ୟନ୍ତ ତିନି ଦିନ ଧରି ନାକ୍ର ଏକ ୭ ଜଣିଆ ପିୟର୍ ଟିମ୍ ସଦସ୍ୟମାନେ ସୋଆର କ୍ୟାମ୍ପସ୍ ପରିଦର୍ଶନ କରି ବିଶ୍ୱବିଦ୍ୟାଳୟର ମୂଲ୍ୟାଙ୍କନ କରିଥିଲେ । 
    ୨୦୦୯ ଏବଂ ୨୦୧୫ ରେ ଲଗାତର ଦୁଇ ଥର ସୋଆ ନାକ୍ର ସର୍ବୋଚ୍ଚ ‘ଏ’ ଗ୍ରେଡ ହାସଲ କରିଥିଲା । ମାତ୍ର ମୂଲ୍ୟାଙ୍କନ ନିମନ୍ତେ ପରିବର୍ତିତ ମାନଦଣ୍ଡ ୨୦୧୭ ଏପ୍ରିଲ୍ ମାସରୁ ଲାଗୁ ହୋଇଥିଲା । 
    ନ୍ୟାସ୍ନାଲ୍ ଇନ୍ଷ୍ଟିଚୁ୍ୟସ୍ନାଲ୍ ର୍ୟାଙ୍କିଙ୍ଗ ଫ୍ରେମ୍ୱାର୍କ (ଏନ୍ଆଇଆର୍ଏଫ୍) ୨୦୨୧ ର୍ୟାଙ୍କିଙ୍ଗ୍ରେ ସୋଆ ଦେଶର ଉଚ୍ଚ ଶିକ୍ଷାନୁଷ୍ଠାନ ଗୁଡ଼ିକ ମଧ୍ୟରେ ୨୦ତମ ସ୍ଥାନ ହାସଲ କରିଥିଲା । ସେହିପରି ବିଶ୍ୱସ୍ତରରେ ସମ୍ମାନଜନକ କୁ୍ୟଏସ୍ ୱାର୍ଲ୍ଡ ୟୁନିଭର୍ସିଟି-୨୦୨୩ ର୍ୟାଙ୍କିଙ୍ଗ୍ ଓ ଟାଇମ୍ସ ହାୟର ଏଜୁକେସନ୍ (ଟିଏଚ୍ଇ) ୨୦୨୨  ର୍ୟାଙ୍କିଙ୍ଗ୍ରେ ମଧ୍ୟ ସୋଆ ସ୍ଥାନ ପାଇଛି ।  

    Maximum 500 characters

    ରାଜ୍ୟ ଖବର View all

    Find Us on Facebook