Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ରାଜନୀତି

ମୁଖ୍ୟ ଖବର

    ମହିଳା ସଂରକ୍ଷଣ ବିଲ ଆମର:ସୋନିଆ

    Share on :
    ajab-Image
    Date: Sep 19, 2023    Views: 3606

    ନୂଆଦିଲ୍ଲୀ:  ମହିଳା ସଂରକ୍ଷଣ ବିଲକୁ ନେଇ ଆରମ୍ଭ ହୋଇଯାଇଛି ରାଜନୈତିକ ବୟାନବାଜୀ ।ମହିଳା ସଂରକ୍ଷଣ ବିଲ କଂଗ୍ରେସ ଆଣିଥିଲା, ଏହା ଆମର । ଆଜି ସଂସଦର ସ୍ୱତନ୍ତ୍ର ଅଧିବେସନ ପାଇଁ ସଂସଦରେ ପହଞ୍ଚିବା ବେଳେ ଗଣମାଧ୍ୟମ ପ୍ରତିନିଧିଙ୍କ ପ୍ରଶ୍ନର ଉତ୍ତରରେ ଏହା କହିଛନ୍ତି  କଂଗ୍ରେସ ସଂସଦୀୟ ଦଳ ଅଧ୍ୟକ୍ଷାସୋନିଆ ଗାନ୍ଧୀ। ଐତିହାସିକ ମହିଳା ସଂରକ୍ଷଣ ବିଲକୁ ମଞ୍ଜୁରୀ ଦେଇଛି କେନ୍ଦ୍ର କ୍ୟାବିନେଟ । ଏବେ ଚାଲିଥିବା ସ୍ୱତନ୍ତ୍ର ଅଧିବେଶନରେ ଉପସ୍ଥାପିତ ହୋଇପାରେ ଏହି ବିଲ୍ ।

    ମହିଳା ସଂରକ୍ଷଣ କ୍ଷେତ୍ରରେ ଏକ ଐତିହାସିକ ନିଷ୍ପତ୍ତି ନେଇଛନ୍ତି କେନ୍ଦ୍ର କ୍ୟାବିନେଟ୍ । ମହିଳା ସଂରକ୍ଷଣ ବିଲ୍କୁ ମଞ୍ଜୁରୀ ଦେଇଛନ୍ତି କେନ୍ଦ୍ର କ୍ୟାବିନେଟ୍ । ବିଲକୁ ସ୍ୱତନ୍ତ୍ର ଅଧିବେଶନରେ ଉପସ୍ଥାପନ କରାଯିବ । ଆଜି କିମ୍ବା ବୁଧବାର ଲୋକସଭାରେ ଏହି ବିଲକୁ ଆଗତ କରିପାରନ୍ତି ସରକାର । ବିଲ ପାସ ହୋଇପାରିଲେ ସଂସଦର ଉଭୟ ଗୃହ ଏବଂ ରାଜ୍ୟ ବିଧାନସଭାରେ ୩୩ ପ୍ରତିଶତ ମହିଳା ସଂରକ୍ଷଣ ବ୍ୟବସ୍ଥା ହୋଇପାରିବ । ରବିବାର ବସିଥିବା ସର୍ବଦଳୀୟ ବୈଠକରେ ମହିଳା ସଂରକ୍ଷଣ ପ୍ରସଙ୍ଗ ଉଠାଇଥିଲେ ବିରୋଧୀ ଦଳ ।


    କଂଗ୍ରେସ ସମେତ ଅନେକ ବିରୋଧୀ ଦଳ ଏହି ବିଲ୍ ପାସ କରିବା ସପକ୍ଷରେ ମତ ଦେଇଥିଲେ । ବିଜେଡି ବି ବିଲ ପାସ କରିବାକୁ ମତ ରଖିଥିଲା । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ବସିଥିବା କେନ୍ଦ୍ର କ୍ୟାବିନେଟ୍ ବୈଠକରେ ଅମିତ୍ ଶାହ, ରାଜନାଥ ସିଂ, ପ୍ରହ୍ଲାଦ ଯୋଶୀ, ଏସ୍. ଜୟଶଙ୍କର, ନୀତୀନ ଗଡ଼କରୀ, ନିର୍ମଳା ସୀତାରମଣ ପ୍ରମୁଖ ଉପସ୍ଥିତ ଥିଲେ । ବିଲ ପାସ ହେଲେ ଏହା କେନ୍ଦ୍ରର ଏକ ଐତିହାସିକ ନିଷ୍ପତ୍ତି ହେବ ।

    Maximum 500 characters

    ରାଜନୀତି View all

    Find Us on Facebook