Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ରାଜ୍ୟ ଖବର

ମୁଖ୍ୟ ଖବର

    ୧୨ ଘଣ୍ଟିଆ ବୀରମହାରାଜପୁର ବନ୍ଦ

    Share on :
    ajab-Image
    Date: Apr 16, 2026    Views: 3105

    ସୁବର୍ଣ୍ଣପୁର : ଆଜି ୧୨ ଘଣ୍ଟିଆ ବୀରମହାରାଜପୁର ବନ୍ଦ । ବିଶ୍ଵ ହିନ୍ଦୁ ପରିଷଦ ଓ ବଜରଙ୍ଗ ଦଳ ପକ୍ଷରୁ ଦିଆଯାଇଛି ବନ୍ଦ ଡାକରା । ଗତ ୧୪ ତାରିଖରେ ଶ୍ରୀରାମଙ୍କ ଫଟୋ ଚିରା ଘଟଣାକୁ ନେଇ ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁରରେ ୧୨ ଘଣ୍ଟିଆ ବନ୍ଦ ପାଳନ ହେଉଛି । ଆମ୍ବେଦକର ଜୟନ୍ତୀ ଅବସରରେ ଆୟୋଜିତ ଏକ ଶୋଭାଯାତ୍ରାରେ ବୀରମହାରାଜପୁର ମୁଖ୍ୟ ଛକରେ ଲାଗିଥିବା ପ୍ରଭୁ ଶ୍ରୀରାମଙ୍କ ଫଟୋକୁ ହଟାଇବା ସହ ଚିରି ଦିଆଯାଇଥିବା ଅଭିଯୋଗ ହୋଇଛି । ଏହି ଘଟଣାକୁ ନେଇ ଘଟଣାସ୍ଥଳରେ କିଛି ସମୟ ପାଇଁ ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଥିଲା । ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଥିବା ବେଳେ ବଜରଙ୍ଗ ଦଳ ପକ୍ଷରୁ ଥାନାରେ ମାମଲା ମଧ୍ୟ ରୁଜୁ କରାଯାଇଛି ।

    ଦୋଷୀଙ୍କ ବିରୋଧରେ କଡ଼ା କାର୍ୟ୍ୟାନୁଷ୍ଠାନ ଦାବିରେ ବିଶ୍ୱ ହିନ୍ଦୁ ପରିଷଦ ଓ ବଜରଙ୍ଗ ଦଳ ପକ୍ଷରୁ ଆଜି ୧୨ ଘଣ୍ଟିଆ ବନ୍ଦ ପାଳନ କରାଯାଉଛି । ବୀରମହାରାଜପୁର ଅଞ୍ଚଳରେ ଦୋକାନ, ବଜାର, ଗାଡ଼ି ଚଳାଚଳ, ସ୍କୁଲ, କଲେଜ ସହିତ ସରକାରୀ ଓ ବେସରକାରୀ ଅନୁଷ୍ଠାନ ବନ୍ଦ ରହିଛି । ବଜରଙ୍ଗ ଦଳ ଓ ବିଶ୍ୱ ହିନ୍ଦୁ ପରିଷଦର କର୍ମୀମାନେ “ଜୟ ଶ୍ରୀରାମ” ନାରା ଦେଇ ମୁଖ୍ୟ ଛକରେ ପ୍ରତିବାଦ ପ୍ରଦର୍ଶନ କରୁଛନ୍ତି । ଅଞ୍ଚଳରେ ଶାନ୍ତି ଓ ସୁରକ୍ଷା ବଜାୟ ରଖିବା ପାଇଁ ବିଭିନ୍ନ ଛକରେ ପୋଲିସ ଫୋର୍ସ ମୁତୟନ ଅଛନ୍ତି ।

    Maximum 500 characters

    ରାଜ୍ୟ ଖବର View all

    Find Us on Facebook