Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ଘରକରଣ

ମୁଖ୍ୟ ଖବର

    ସୁବାଷ ଚନ୍ଦ୍ର ବୋଷ ଓ ରାଜନୀତି

    Share on :
    ajab-Image
    Date: Jan 20, 2023    Views: 3330


    ଭୁବନେଶ୍ୱର : ସୁବାଷ ଚନ୍ଦ୍ର ବୋଷ । ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ  । ସେ ହେଉଛନ୍ତି ବିଶ୍ୱର ନେତାଜୀ  । ଛୋଟବେଳୁ ଦେଶର  ସ୍ୱାଧିନତା ପାଇଁ ତାଙ୍କ ମନରେ ଉଠିଥିଲା ବି;ଦ୍ରାହର ବହ୍ନି । ସେ ମାଧ୍ୟମିକ ଶିକ୍ଷା ସମାପ୍ତ କଲାପରେ କଲିକତାର ପ୍ରେସିଡେନ୍ସୀ କଲେଜରେ ଦର୍ଶନ ଶାସ୍ତ୍ର ଏବଂ ସ୍କଟିସ ଚର୍ଚ୍ଚ କଲେଜରେ ପାଠ ପଢ଼ିଥିଲେ  । ପ୍ରେସିଡେନ୍ସୀ କଲେଜରେ ପଢୁଥିବା ସମୟରେ ଅଧ୍ୟାପକ ଓଟେନଙ୍କ ଭାରତ ବିରୋଧୀ ମନ୍ତବ୍ୟରେ କ୍ଷୁବ୍ଧ ହୋଇ ଅନ୍ୟ ପିଲାଙ୍କ ସହିତ ତାଙ୍କୁ ଦୁର୍ବ୍ୟବହାର କରିଥିବା କାରଣରୁ କଲେଜରୁ ବହିଷ୍କୃତ ହୋଇଥିଲେ  ।


    ୧୯୧୯ ମସିହାରେ ପିତାଙ୍କ ବାଧ୍ୟବାଧ୍ୟକତାରେ ବିଲାତ ଯାଇ ୧୯୨୦ ମସିହରେ ଆଇ. ସି. ଏସ. ପରୀକ୍ଷାରେ ଚତୁର୍ଥ ସ୍ଥାନରେ ଉତ୍ତୀର୍ଣ୍ଣ ହୋଇଥିଲେ  । ୧୯୨୧ରେ ଆଇସିଏସର ତାଲିମ ନେଉଥିବା ବେଳେ ଭାରତରେ ଜାଲିଆନାୱାଲାବାଗ ହତ୍ୟାକାଣ୍ଡ ଘଟିଥିଲା, ତେଣୁ ସେ ଅଧାରୁ ତାଲିମ ଛାଡ଼ି ଭାରତ ଫେରି ଆସିଥିଲେ  ।

    ଦେଶବନ୍ଧୁ ଚିତ୍ତରଞ୍ଜନ ଦାସଙ୍କ ସମ୍ପର୍କରେ ଆସିବା ପରେ ସେ ଭାରତୀୟ ଜାତୀୟ କଂଗ୍ରେସରେ ଯୋଗଦେଇ ୧୯୨୩ରେ ବଙ୍ଗଳା ପ୍ରାଦେଶିକ କଂଗ୍ରେସର କମିଟିର ସମ୍ପାଦକ ହୋଇଥିଲେ  । ୧୯୨୪ ମସିହାରେ ସେ କଲିକତା ମହାନଗରୀର ମେୟର ହୋଇଥିଲେ  । ୧୯୨୮ରେ କଂଗ୍ରେସ ପକ୍ଷରୁ ନିଯୁକ୍ତପ୍ରାପ୍ତ ମୋତିଲାଲ ନେହେରୁ କମିଟି ସ୍ୱାୟତ୍ତ ଶାସନ ସପକ୍ଷରେ ମତ ଦେଇଥିଲେ, କିନ୍ତୁ ଜବାହରଲାଲ ନେହେରୁ ଓ ସୁଭାଷ ବୋଷ ଉଭୟେ ପୂର୍ଣ୍ଣ ସ୍ୱାଧୀନତା ଚାହିଁଥିଲେ  । ୧୯୩୦ରେ ଆଇନ ଅମାନ୍ୟ ଆନ୍‌ଦୋଳନ ବେଳେ ସୁଭାଷଙ୍କୁ ଗିରଫ କରି ଜେଲରେ ରଖାଯାଇଥିଲା, ତେବେ ୧୯୩୧ରେ ଗାନ୍ଧୀ-ଇରୱିନ ଚୁକ୍ତି ପରେ ତାଙ୍କୁ ଜେଲରୁ ମୁକ୍ତ କରାଯାଇଥିଲା  । ୧୯୩୮ ମସିହାରେ ହରିପୁରା ଜାତୀୟ କଂଗ୍ରେସର ଅଧିବେଶନରେ ଗାନ୍ଧୀଙ୍କ ମନୋନୀତ ପ୍ରାର୍ଥୀ ପଟ୍ଟାଭିସୀତାରାମାୟାଙ୍କୁ ହରାଇ କଂଗ୍ରେସର ସଭାପତି ଭାବେ ନିର୍ବାଚିତ ହୋଇଥିଲେ  । ୧୯୩୯ରେ ସେ ପୁଣିଥରେ ସେହି ପଦବୀକୁ ନିର୍ବାଚିତ ହୋଇଥିଲେ  ।

    Maximum 500 characters

    ଘରକରଣ View all

    Find Us on Facebook