ମୁଖ୍ୟ ଖବର
ଭୁବନେଶ୍ୱର: ସୁଭଦ୍ରା ଟଙ୍କା ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଏକ ବଡ଼ ସୂଚନା ଦେଇଛନ୍ତି । ସେ କହିଛନ୍ତି ଯେ ଆସନ୍ତାକାଲି ଅର୍ଥାତ ବୁଧବାର ଦିନ ୧୨ଟା ପୂର୍ବରୁ ସୁଭଦ୍ରା ଟଙ୍କା ମିଳିବ । ୧୨ଟା ପୂର୍ବରୁ ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀ ହିତାଧିକାରୀଙ୍କ ଆକାଉଣ୍ଟକୁ ଟଙ୍କା ପଠାଇବେ । ଏନପିସିଆଇ କ୍ଲିୟରାନ୍ସ ଥିବା ୩୫ ଲକ୍ଷରୁ ଅଧିକ ମହିଳାଙ୍କୁ ସୁଭଦ୍ରା ଟଙ୍କା ମିଳିବ ବୋଲି ପ୍ରଭାତୀ ପରିଡ଼ା କହିଛନ୍ତି ।
ଅକ୍ଟୋବର ୭ ତାରିଖ ସୁଦ୍ଧା ରାଜ୍ୟର ୧ କୋଟି ୨୦ ହଜାର ମହିଳା ହିତାଧିକାରୀ ସୁଭଦ୍ରା ଯୋଜନାରେ ପଞ୍ଜୀକରଣ କରିଛନ୍ତି। ଆସନ୍ତା ଅକ୍ଟୋବର ୯ ତାରିଖରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବାରିପଦାରେ ୩୫ ଲକ୍ଷରୁ ଅଧିକ ହିତାଧିକାରୀଙ୍କୁ ଦ୍ଵିତୀୟ ପର୍ୟ୍ୟାୟରେ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତି ପ୍ରଦାନ କରିବେ।ହିତାଧିକାରୀମାନଙ୍କ ବ୍ୟାଙ୍କ ଖାତା ସଚଳ ଅଛି କି ନାହିଁ ତାହା ପରୀକ୍ଷା କରିବା ସହ ସ୍ଵଚ୍ଛତା ଅନୁଧ୍ୟାନ କରିବା ନିମନ୍ତେ ପ୍ରଥମ ପର୍ୟ୍ୟାୟରେ ଯୋଗ୍ୟ ବିବେଚିତ ହୋଇଥିବା ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ପରୀକ୍ଷାମୂଳକ ଭାବେ ଏକ ଟଙ୍କା ପଠାଯିବାର ବ୍ୟବସ୍ଥା କରାଯାଇଥିଲା। କିନ୍ତୁ ଦ୍ଵିତୀୟ ପର୍ୟ୍ୟାୟ ନିମନ୍ତେ ଏପରି କିଛି ବ୍ୟବସ୍ଥା ଏଯାବତ ଆରମ୍ଭ କରାଯାଇନାହିଁ ବୋଲି ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସ୍ପଷ୍ଟ କରାଯାଇଛି।
Comments ସମସ୍ତ ମତାମତ