ମୁଖ୍ୟ ଖବର
ଭୁବନେଶ୍ୱର: ଆକାଶରୁ ଖସୁଛି ନିଅାଁ ଝୁଲ । ତାତିରେ ସାରା ରାଜ୍ୟ ସିଝୁଛି । ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଗୁଆ ଖରାଛୁଟି ଘୋଷଣା କରିଛନ୍ତି । ଆସନ୍ତା ଏପ୍ରିଲ ୨୭ର ସମସ୍ତ ସ୍କୁଳ ବନ୍ଦ ରହିବ । ପିଲାମାନଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଏହି ଘୋଷଣା କରିଛନ୍ତି । ପ୍ରବଳ ଗ୍ରୀଷ୍ଣ ପ୍ରବାହକୁ ଦୃଷ୍ଟିରେ ରଖି ଆଗୁଆ ଖରାଛୁଟି ଘୋଷଣା କରାଯାଇଛି । ଗଣଶିକ୍ଷା ବିଭାଗର ଏ ସମ୍ପର୍କିତ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଅନୁମୋଦନ ଦେଇଛନ୍ତି । ଏହି ନିଷ୍ପତ୍ତି ଅନୁଯାୟୀ ଏପ୍ରିଲ ୨୭ ତାରିଖରୁ ରାଜ୍ୟର ସମସ୍ତ ସରକାରୀ, ସରକାରୀ ଅନୁଦାନ ପ୍ରାପ୍ତ ଓ ବେସରକାରୀ ବିଦ୍ୟାଳୟ ବନ୍ଦ ରହିବ। ତେବେ, ପୂର୍ବ ନିର୍ଦ୍ଧାରିତ ପରୀକ୍ଷା, ଜନଗଣନା କାର୍ୟ୍ୟ ଓ ଅନ୍ୟାନ୍ୟ ଅଫିସ କାମ ପୂର୍ବପରି ଜାରି ରହିବ।
ଏ ସମ୍ପର୍କରେ ଗତକାଲି ଅର୍ଥାତ ଗୁରୁବାର ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇ କହିଥିଲେ ଯେ, ଏସଆରସିଙ୍କ ସହ ଏକ ସ୍ୱତନ୍ତ୍ର ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ରାଜସ୍ୱ ବିଭାଗର ବରିଷ୍ଠ ଅଧିକାରୀଙ୍କ ସହ ବିସ୍ତୃତ ଆଲୋଚନା କରାଯାଇ ପାଣିପାଗ ସ୍ଥିତି ଓ ତାପମାତ୍ରା ସମ୍ପର୍କରେ ସମୀକ୍ଷା କରାଯାଇଥିଲା । ଖରାଛୁଟି ନେଇ ସମ୍ପୂର୍ଣ୍ଣ ପ୍ରସ୍ତାବ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଯାଇଛି । ମୁଖ୍ୟମନ୍ତ୍ରୀ ଏହି ବିଷୟରେ ଚୂଡ଼ାନ୍ତ ବିଚାର କରିବେ ଏବଂ ଖୁବଶୀଘ୍ର ସରକାରଙ୍କ ପକ୍ଷରୁ ଏନେଇ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇବ ।
Comments ସମସ୍ତ ମତାମତ