ମୁଖ୍ୟ ଖବର
ଭୁବନେଶ୍ୱର: ଓଡ଼ିଶାରେ କରୋନା ମହାମାରୀର ମହାସମର ଆରମ୍ଭ ହୋଇଯାଇଛି । କରୋନା ଏବେ ଲମ୍ବ ଡିଆଁ ମାରି ଗୋଟିକ ପରେ ଗୋଟିଏ ଜିଲ୍ଲାରେ ପ୍ରବେଶ କରିବା ସହ ସାରା ଓଡ଼ିଶାକୁ କବଳିତ କରିବା ପାଇଁ ଉଦ୍ୟମ ଚଳାଇଛି । ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ବଢି ଚାଲିଛି । କରୋନାର ଗତିରେ ଓଡ଼ିଶା ଫେରନ୍ତା ପ୍ରବାସୀମାନେ ସାମିଲ ହେବା ପଳରେ ନିଆଁରେ ଘିଅ ଢାଳିବା ସଦୃଶ ମହାମାରୀ ବ୍ୟାପିରେ ଲାଗିଛି । ପ୍ରବାସୀମାନେ ଏବେ କରୋନା ଭୂତାଣୁକୁ ସାଙ୍ଗରେ ଆଣି ଆସିଥିବାରୁ ସେମାନଙ୍କୁ କିଭଳି ଠିକଣା ସମୟରେ ଚିହ୍ନଟ କରାଯିବ ଓ ସଙ୍ଗରୋଧରେ ଶୃଙ୍ଖଳିତଭାବେ ରଖାଯିବ ତାହା ରାଜ୍ୟ ସରକାରଙ୍କ ପାଇଁ କଷ୍ଟକର ବ୍ୟାପାର ହୋଇଛି । ତେବେ ଏହାକୁ ମୁକାବିଲା ପାଇଁ ସ୍ୱାସ୍ଥ୍ୟ ବିଭାଗର କର୍ମଚାରୀଙ୍କ ସହ ବହୁ ବରିଷ୍ଠ ଅଧିକାରୀ ନିୟୋଜିତ ହୋଇଛନ୍ତି ।
ଅନ୍ୟପକ୍ଷରେ ଏହି କରୋନା ମୁକାବିଲାରେ ଖାଲି ଅଫିସର ନୁହେଁ ଜନପ୍ରତିନିଧିଙ୍କୁ ସାମିଲ କରିବା ପାଇଁ ବରିଷ୍ଠ କଂଗ୍ରେସ ନେତା ତଥା ବିଧାୟକ ସୁର ରାଉତରାୟ କହିଛନ୍ତି । କରୋନା ଯୁଦ୍ଧରେ ଜନପ୍ରତିନିଧିଙ୍କ ଜରିଆରେ କାମ କଲେ ସୁଫଳ ମିଳିବ ବୋଲି ସେ କହିଛନ୍ତି ।
ଅନ୍ୟପକ୍ଷରେ ପ୍ରବାସୀଙ୍କ ସମ୍ପର୍କରେ ସେ ନିଜ ପ୍ରତିକ୍ରିୟା ଦେଇ କହଛନ୍ତି ଯେ, ଦିଲ୍ଲୀରେ ଓଡ଼ିଆ ମରୁଛନ୍ତି । ଖାଲି ଗୁଜରାଟରୁ ଅଣାଯାଉଛି । ଅନ୍ୟସ୍ଥାନରୁ କାହିଁକି ପ୍ରବାସୀଙ୍କ ଅଣାଯାଉନାହିଁ ବୋଲି ସେ ପ୍ରଶ୍ନ କରିଛନ୍ତି ।
Comments ସମସ୍ତ ମତାମତ