Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ରାଜ୍ୟ ଖବର

ମୁଖ୍ୟ ଖବର

    ନୂତନ ଭାବେ ନିଯୁକ୍ତି ପାଇଥିବା କୁଳପତିଙ୍କୁ ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ଅଭିନନ୍ଦନ

    Share on :
    ajab-Image
    Date: Apr 7, 2026    Views: 2917

    ଭୁବନେଶ୍ୱର: ରାଜ୍ୟର ୧୪ଟି ବିଶ୍ୱ ବିଦ୍ୟାଳୟରେ ନୂତନ ଭାବେ କୁଳପତି ନିଯୁକ୍ତି ଦିଆଯାଇଛି। ନୂତନ କୁଳପତିମାନଙ୍କୁ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଅଭିନନ୍ଦନ ଜଣାଇଛନ୍ତି। ଉଚ୍ଚଶିକ୍ଷା ମନ୍ତ୍ରୀ କହିଛନ୍ତି ଯେ, କୁଳପତି ପଦବୀ ଖାଲି ଥିବା ରାଜ୍ୟର ସମସ୍ତ ୧୪ଟି ବିଶ୍ୱବିଦ୍ୟାଳୟ ନିମନ୍ତେ ନୂତନ କୁଳପତି ନିଯୁକ୍ତି କରିଥିବାରୁ ରାଜ୍ୟପାଳ ଡ଼. ହରିବାବୁ କମ୍ଭମ୍ପାଟିଙ୍କୁ ଧନ୍ୟବାଦ ଜଣାଉଛି। ଏହି ନିଷ୍ପତ୍ତି ରାଜ୍ୟର ଉଚ୍ଚଶିକ୍ଷା ବ୍ୟବସ୍ଥା ପାଇଁ ଅତ୍ୟନ୍ତ ମହତ୍ତ୍ୱପୂର୍ଣ୍ଣ। ସମସ୍ତ ନବନିଯୁକ୍ତ କୁଳପତିଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଉଛି। କୁଳପତିମାନଙ୍କର ଅନୁଭବ, ଅଭିଜ୍ଞତା, ଦୂରଦର୍ଶିତା, ଦକ୍ଷତା ଓ ମାର୍ଗଦର୍ଶନରେ ଶିକ୍ଷାନୁଷ୍ଠାନଗୁଡ଼ିକ ଶିକ୍ଷା କ୍ଷେତ୍ରରେ ନୂଆ କୀର୍ତ୍ତିମାନ ସ୍ଥାପନ କରିବେ ବୋଲି ମୋର ବିଶ୍ୱାସ ରହିଛି।

    Maximum 500 characters

    ରାଜ୍ୟ ଖବର View all

    Find Us on Facebook