Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ରାଜନୀତି ତଡ଼କା

ମୁଖ୍ୟ ଖବର

    ମହଙ୍ଗା ଭତ୍ତା ବୃଦ୍ଧି ନେଇ ଏହା କହିଲେ ତାରା

    Share on :
    ajab-Image
    Date: Sep 20, 2022    Views: 3912

    ଭୁବନେଶ୍ବର: ସରକାରୀ କର୍ମଚାରୀଙ୍କୁ ଦଶହରା ଭେଟି ପ୍ରଦାନ କରିଛନ୍ତି ରାଜ୍ୟ ସରକାର । ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ବୃଦ୍ଧି କରିଛନ୍ତି ରାଜ୍ୟ ସରକାର । ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୩ ପ୍ରତିଶତ ବୃଦ୍ଧି କରାଯାଇଛି । ଫଳରେ ଏହା ୩୧ ପ୍ରତିଶତରୁ ୩୪ ପ୍ରତିଶତକୁ ବୃଦ୍ଧି ହୋଇଛି । ତେବେ ଏହାକୁ ନେଇ ରାଜ୍ୟ ସରକାରଙ୍କୁ ଘେରିଛି କଂଗ୍ରେସ ।
    ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ବୃଦ୍ଧିକୁ ନେଇ କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତି କହିଛନ୍ତି, "ଦୁର୍ଗାପୂଜା ପୂର୍ବରୁ ଏଭଳି ମହାଙ୍ଗା ଭତ୍ତା ବୃଦ୍ଧି ହୋଇଥାଏ । ଏଥିରେ କିଛି ନୂତନତ୍ବ ନାହିଁ । ଗୋଟିଏ ପଟେ ରାଜ୍ୟସରକାର ସରକାରୀ କର୍ମଚାରୀଙ୍କ ପେନ୍‌ସନ୍‌ ବନ୍ଦ କରିସାରିଲେଣି । ରିହାବିଲିଟେସନ ସ୍କିମ୍‌ରେ ନୁଯୁକ୍ତି ଦିଆଯାଉନାହିଁ । ଚୁକ୍ତି ଭିତ୍ତିରେ ସରକାର ନିଯୁକ୍ତି ଦେଉଛନ୍ତି । ଏଭଳି କ୍ଷତ୍ରରେ ଏ ମହାଙ୍ଗା ଭତ୍ତାର କଣ ଅର୍ଥ ରହିଛି ?
    ପ୍ରକାଶ ଯେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମହଙ୍ଗା ଭତ୍ତା ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି । ଏହାଦ୍ବାରା ରାଜ୍ୟ ସରକାରଙ୍କ ମୋଟ୍‌ ୭.୫ ଲକ୍ଷ କର୍ମଚାରୀ ଉପକୃତ ହେବେ । ଏହି ବର୍ଦ୍ଧିତ ମହଙ୍ଗା ଭତ୍ତା ଜାନୁଆରୀ ୨୦୨୨ରୁ ପିଛିଲା ଭାବରେ ଲାଗୁ ହେବ । ସଂଶୋଧିତ ହାରରେ ପେନ୍‌ସନ୍‌ ପାଉଥିବା ପେନ୍‌ସନ୍‌ ଭୋଗୀଙ୍କ ଟିଆଇରେ ମଧ୍ୟ ତିନି ପ୍ରତିଶତ ବୃଦ୍ଧି କରାଯାଇଛି । କର୍ମଚାରୀ ଓ ପେନ୍‌ସନ୍‌ ଭୋଗୀମାନେ ଚଳିତ ମାସର ଦରମାରେ ଏହି ବର୍ଦ୍ଧିତ ଭତ୍ତା ପାଇବା ସହିତ ୨୦୨୨ ଜାନୁଆରୀରୁ ଅଗଷ୍ଟ ପର୍ୟ୍ୟନ୍ତ ବକେୟା ଭତ୍ତା ଅଲଗା ଭାବେ ପ୍ରଦାନ କରାଯିବ । ଏହାଦ୍ବାରା ରାଜ୍ୟ ସରକାରଙ୍କ ୪ ଲକ୍ଷ କର୍ମଚାରୀ ଓ ୩.୫ ଲକ୍ଷ ପେନସନଭୋଗୀ ଉପକୃତ ହେବେ ।

    Maximum 500 characters

    ରାଜନୀତି ତଡ଼କା View all

    Find Us on Facebook