ମୁଖ୍ୟ ଖବର
ଭୁବନେଶ୍ୱର: ତାରା ବାହିନୀପତିଙ୍କୁ ଭେଟିଲେ କଂଗ୍ରେସ ପ୍ରଭାରୀ ଅଜୟ ଲଲ୍ଲୁ। ତାରାଙ୍କୁ ଭେଟି ଧନ୍ୟବାଦ ଜଣାଇଲେ ଅଜୟ। ମହିଳା ଓ ଛାତ୍ରୀଙ୍କ ପାଇଁ ଲଢୁଥିବାରୁ ଧନ୍ୟବାଦ ଜଣାଇଲେ। କିଛି ସମୟ ପରେ ଆଜି କଂଗ୍ରେସର ଗୁରୁତ୍ୱପୂର୍ଣ୍ଣ ବୈଠକ ବସିବ। ବିଧାନସଭାରୁ ୭ ଦିନ ପାଇଁ ନିଲମ୍ବିତ ହୋଇଛନ୍ତି ତାରା ବାହିନୀପତି।
ଅନ୍ୟପକ୍ଷେ, କଂଗ୍ରେସ ବିଧାୟକ ତାରା ବାହିନୀପତି ବିସ୍ଫୋରକ ବୟାନ ଦେଇଛନ୍ତି। ସେ କହିଛନ୍ତି,ପବିତ୍ର ଗୃହରେ ମା ମାଉସୀ ନେଇ ଗାଳି କରିବା ହେଉଛି ବିଜେପିର ଆଚାର ଉଚ୍ଚାରଣ। ଅନେକ ସମୟରେ ସେ ଗୃହରେ ଅନେକ ପ୍ରଶ୍ନ ପଚାରିଥିଲେ ଯାହା ତାଙ୍କୁ ବାଣ ଭଳିଆ ଭେଦିଥିଲା ବୋଲି କହିଛନ୍ତି ତାରା । ଜୟ ନାରାୟଣ ମିଶ୍ରଙ୍କୁ ମୁଁ ଉଚିତ୍ ଜବାବ ଦେଇ ପାରିଥାନ୍ତି କିନ୍ତୁ ଗଣତନ୍ତ୍ର ମନ୍ଦିରରେ କଂଗ୍ରେସ ଭୁଲି ନାହିଁ ଶାଳୀନତା ।
ଗୃହରେ ବିଶୃଙ୍ଖଳିତ ଆଚରଣ ପାଇଁ କଂଗ୍ରେସ ନେତା ତାରା ବାହିନୀପତିଙ୍କୁ ସସପେଣ୍ଡ କରିଛନ୍ତି ବାଚସ୍ପତି ସୁରମା ପାଢୀ। ଗତକାଲି ଗୃହରେ ହଙ୍ଗାମା କରିଥିଲେ ତାରା ବାହିନୀପତି । ବିଧାନସଭାରେ ପ୍ରଶ୍ନୋତ୍ତର କାର୍ୟ୍ୟକ୍ରମ ଚାଲିଥିବାବେଳେ ଦୁଇ ବିଧାୟକ ଜୟନାରାୟଣ ମିଶ୍ର ଏବଂ ତାରା ବାହିନୀପତିଙ୍କ ମଧ୍ୟ ହାତାହାତି ପରିସ୍ଥିତି ଉପୁଜିଥିଲା। ପ୍ରବଳ ହଙ୍ଗାମା ଯୋଗୁଁ ଗୃହ ଚାଲିପାରିନଥିଲା । ପ୍ରଶ୍ନକାଳ ଆରମ୍ଭରୁ ବିରୋଧୀ ଦଳ କଂଗ୍ରେସ ଓ ବିଜେଡିର ହୋହାଲ୍ଲା କରିଥିବା ଦେଖିବାକୁ ମିଳିଥିଲା। ଉଭୟ ବିରୋଧୀ ଦଳର ସଦସ୍ୟମାନେ ପୋଡିୟମ୍ ଉପରକୁ ଚଢିବାକୁ ଉଦ୍ୟମ କରିଥିଲେ। ଜୟ ନାରାୟଣ ପ୍ରସଙ୍ଗ ଉଠାଇ ବିଜେଡି ପ୍ରତିବାଦ କରିଥିଲା। ଏବଂ ନାରୀ ନିର୍ୟାତନା ପ୍ରସଙ୍ଗକୁ ନେଇ କଂଗ୍ରେସ ଗୃହରେ ହଙ୍ଗାମା କରିଥିଲା । ଏପରିକି ରିପୋର୍ଟରଙ୍କ ଟେବୁଲ ଉପରେ ଚଢି କଂଗ୍ରେସ ବିଧାୟକମାନେ ପ୍ରତିବାଦ କରିଥିଲେ। ଅନ୍ୟପଟେ ନିଲମ୍ବିତ ତାରା ରାତିସାରା ଗାନ୍ଧୀ ମୂର୍ତ୍ତି ତଳେ ପ୍ରତିବାଦ କରିବେ ବୋଲି ସୂଚନା ଦେଇଛନ୍ତି । ଦଳୀୟ ବିଧାୟକମାନେ ପ୍ରତିକ୍ରିୟା ରଖି ଗଣତନ୍ତ୍ରର ହତ୍ୟା କରାଯାଇଛି ବୋଲି କହିବା ସହ ନିଲମ୍ବନ ଉଠାଇବା ପାଇଁ ଦାବି କରିଛନ୍ତି ।
Comments ସମସ୍ତ ମତାମତ