Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ରାଜନୀତି

ମୁଖ୍ୟ ଖବର

    ଶିକ୍ଷକ ନିଯୁକ୍ତି ନେଇ ବଡ଼ନିଷ୍ପତ୍ତି ନେଲେ ସରକାର

    Share on :
    ajab-Image
    Date: Jul 11, 2024    Views: 2906

    ଭୁବନେଶ୍ୱର: ରାଜ୍ୟର ପ୍ରାଥମିକ ଏବଂ ଉଚ୍ଚ ପ୍ରାଥମିକ ସ୍କୁଲଗୁଡ଼ିକରେ ୧୯ ହଜାର କନିଷ୍ଠ ଶିକ୍ଷକଙ୍କୁ ନିଯୁକ୍ତି ମିିିଳିବ। ଓଡ଼ିଶା ବିଦ୍ୟାଳୟ ଶିକ୍ଷା କାର୍ୟ୍ୟକ୍ରମ ପ୍ରାଧିକରଣ ଦ୍ୱାରା ୧୮,୭୮୮ ପ୍ରାର୍ଥୀଙ୍କ ଚୟନ ତାଲିକା ପ୍ରକାଶ ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟ୍‌ର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକରେ ଅନୁମୋଦନ କରାଯାଇଛି। ଏହି ଆଧାରରେ ନିଯୁକ୍ତି ପ୍ରକ୍ରିୟାକୁ ତ୍ୱରାନ୍ବିତ କରିବାକୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗକୁ ନିର୍ଦ୍ଦେଶ ଦିଆଯାଇଛି। ସୂଚନାଯୋଗ୍ୟ ଯେ ରାଜ୍ୟର ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ସ୍କୁଲଗୁଡ଼ିକରେ ଶିକ୍ଷାର ଗୁଣାତ୍ମକମାନ ବୃଦ୍ଧି ନିମନ୍ତେ ୨୦,୦୦୦ କନିଷ୍ଠ ଶିକ୍ଷକ(ଯୋଜନାଭିତ୍ତିକ) ନିଯୁକ୍ତି ନିମନ୍ତେ ଓଡ଼ିଶା ବିଦ୍ୟାଳୟ ଶିକ୍ଷା କାର୍ୟ୍ୟକ୍ରମ ପ୍ରାଧିକରଣ ପକ୍ଷରୁ ବିଜ୍ଞାପନ ପ୍ରକାଶ କରାଯାଇଥିଲା। ଏହି ମାମଲାର ବିଚାର କରି ଉଚ୍ଚ ନ୍ୟାୟାଳୟ କମ୍ପ୍ୟୁଟର ବେସ୍‌ଡ ଟେଷ୍ଟ ଆଧାରରେ ଆବେଦନକାରୀଙ୍କ ଯୋଗ୍ୟତାଭିତ୍ତିକ ତାଲିକା ପ୍ରସ୍ତୁତ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ଏହି ନିର୍ଦ୍ଦେଶ ଆଧାରରେ ଶିକ୍ଷକ ନିଯୁକ୍ତି କରାଯିବ।

    Maximum 500 characters

    ରାଜନୀତି View all

    Find Us on Facebook