Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ରାଜ୍ୟ ଖବର

ମୁଖ୍ୟ ଖବର

    ଫୁଲବାଣୀରେ ୧୦ ଡିଗ୍ରୀ ତଳକୁ ଖସିଲା ପାରଦ

    Share on :
    ajab-Image
    Date: Nov 20, 2022    Views: 4861

    ଫୁଲବାଣୀ: ଫୁଲବାଣୀରେ ୧୦ ଡିଗ୍ରୀ ସେଲସିୟସ ତଳକୁ ଖସିଲା ପାରଦ।  ଗତ ଦୁଇ ତିନି ଦିନ ହେବ କନ୍ଧମାଳରେ ପ୍ରବଳ ଶୀତ ଅନୁଭବ  ହେଉଛି। ଫୁଲବାଣୀ ସମେତ ସମଗ୍ର କନ୍ଧମାଳ ଜିଲ୍ଲା ଶୀତରେ ଥରୁଛି । ପାରଦ ଦିନକୁ ଦିନ ଖସିବାରେ ଲାଗିଛି  ଫଳରେ ଥଣ୍ଡାର ପ୍ରକୋପ ମଧ୍ୟ ବଢିବାରେ ଲାଗିଛି। ତା ସାଙ୍ଗକୁ ସକାଳ ୯ଟା ଯାଏ ଘନ କୁହୁଡ଼ି ମଧ୍ୟ ଲାଗି ରହୁଛି। ଓଡ଼ିଶାର କାଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ତାପମାତ୍ରା ମଧ୍ୟ ୧୦  ଡିଗ୍ରୀ ତଳେ।
    ଘନ କୁହୁଡିର ଚାଦର ତଳେ ସାରା କନ୍ଧମାଳ । କୁହୁଡି ଯୋଗୁ ମୁହଁକୁ ମୁହଁ ଦେଖାଯାଉନି । ଫଳରେ ସକାଳ ୯ଟା ପୂର୍ବରୁ ଘରୁ ପଦାକୁ ବାହାରି ପାରୁନାହାନ୍ତି ଲୋକେ। ସେପଟେ ସଞ୍ଜ ନଇଁବା କ୍ଷଣି ଏବେ ପୁଣି ଦୁଇ ଦିନ ହେଲା ଥଣ୍ଡା ମାଡି ଆସୁଛି। ଫଳରେ ରାସ୍ତାଘାଟ ମଧ୍ୟ ଜନଶୁନ୍ୟ ହୋଇ ପଡୁଛି ତା ସାଙ୍ଗକୁ  ଦୋକାନ ବଜାର ବି ଖାଁ ଖାଁ ଲାଗୁଛି ।

    Maximum 500 characters

    ରାଜ୍ୟ ଖବର View all

    Find Us on Facebook