Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ତାଜା ଖବର

ମୁଖ୍ୟ ଖବର

    ଘଡ଼ଘଡ଼ି ବିଜୁଳି ସହିତ ବର୍ଷା,୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

    Share on :
    ajab-Image
    Date: May 21, 2022    Views: 3324

    ଭୁବନେଶ୍ୱର:  ଘଡ଼ଘଡ଼ି ବିଜୁଳି ସହିତ ବର୍ଷା ପାଇଁ ୬ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ଢେଙ୍କାନାଳକୁ ଜାରି ହୋଇଛି ସତର୍କ ସୂଚନା । ସେହିପରି ଆସନ୍ତା ୨୪ ଓ ୨୫ ତାରିଖରେ ଉପକୂଳ ଓ ଉତ୍ତର ଓଡ଼ିଶାର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ପ୍ରଭାବ ପଡ଼ିବାର ସମ୍ଭାବନା ରହିଛି । ଦୁଇଦିନ ପର୍ୟ୍ୟନ୍ତ ଆଭ୍ୟନ୍ତରୀଣ ଓଡ଼ିଶାକୁ ଫେରିବ ତାତି । ସ୍ୱାଭାବିକଠାରୁ ୩ରୁ ୪ଡିଗ୍ରୀ ପର୍ୟ୍ୟନ୍ତ ତାପମାତ୍ରା ବଢିବାର ସମ୍ଭାବନା ରହିଛି ।

    ବଲାଙ୍ଗୀର, ବୌଦ୍ଧ, ସୋନପୁର, ଝାରସୁଗୁଡ଼ା, ବରଗଡ଼, କେନ୍ଦୁଝର ଓ ମୟୁରଭଞ୍ଜରେ ଗ୍ରୀଷ୍ଣ ପ୍ରବାହ ପାଇଁ ସତର୍କତା ଜାରି ହୋଇଛି । ସେପଟେ ମିଆଁମାର ଉପକୂଳରେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତର ରୂପ ନେଇଛି । ଏହାର ପ୍ରଭାବ ଓଡ଼ିଶା ଉପରେ ପଡ଼ିବ ନାହିଁ । ସେପଟେ ଅଧିକ ସକ୍ରିୟ ହେଉଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ଦକ୍ଷିଣ ଆରବ ସାଗର, ଦକ୍ଷିଣ ମାଳଦୀପ ଓ ଦକ୍ଷିଣ ପୁର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏହା ସମ୍ପୂର୍ଣ୍ଣ ସକ୍ରିୟ ହୋଇଛି । ଆସନ୍ତା ୨୭ତାରିଖରେ ମୌସୁମୀ କେରଳ ଛୁଇଁବ ବୋଲି ଆକଳନ କରିଛି ପାଣିପାଗ କେନ୍ଦ୍ର ।

    Maximum 500 characters

    ତାଜା ଖବର View all

    Find Us on Facebook